ରାଜ୍ୟରେ ବେକାବୁ କରୋନା : ଆଖିବୁଜିଲେ ଆଉ ୮ ଜଣ ଆକ୍ରାନ୍ତ, ମୃତ୍ୟୁସଂଖ୍ୟା ୧୯୭୩କୁ ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ନିଆଁ ହୁତ୍‌ ହୁତ୍‌ ହୋଇ ଜଳୁଛି । କରୋନା ଦିନକୁ ଦିନ ବେକାବୁ ହେବାରେ ଲାଗିଛି ।ରାଜ୍ୟରେ ଲଗାତାର ଦ୍ୱିତୀୟ ଦିନ ଲାଗି ୬ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୯୭୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କରୋନାରେ ବାଲେଶ୍ୱରରୁ ଜଣେ, ବଲାଙ୍ଗିରରୁ ଜଣେ, ଗଞ୍ଜାମରୁ ୨ ଜଣ, କଳାହାଣ୍ଡିରୁ ୨ ଜଣ, […]

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ନିଆଁ ହୁତ୍‌ ହୁତ୍‌ ହୋଇ ଜଳୁଛି । କରୋନା ଦିନକୁ ଦିନ ବେକାବୁ ହେବାରେ ଲାଗିଛି ।ରାଜ୍ୟରେ ଲଗାତାର ଦ୍ୱିତୀୟ ଦିନ ଲାଗି ୬ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୯୭୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କରୋନାରେ ବାଲେଶ୍ୱରରୁ ଜଣେ, ବଲାଙ୍ଗିରରୁ ଜଣେ, ଗଞ୍ଜାମରୁ ୨ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ବାଲେଶ୍ୱର ଜିଲ୍ଲାରେ ମୋଟ ୧୩ ହଜାର ୭୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏଯାବତ୍ କରୋନାରେ ୯୭ ଜଣଙ୍କ ମୃତ୍ୟୁ ହେଲାଣି । ଜିଲ୍ଲା ଏବେ କରୋନାର ଅରେଞ୍ଜ ଜୋନରେ ରହିଛି । ରେଡ୍ ଜୋନରେ ଥିବା ବଲାଙ୍ଗି ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଥିବା ବେଳେ ଜିଲ୍ଲାରେ ଏବେ ୧୫୭୦ଟି ସକ୍ରିୟ ମାମଲା ରହିଛି ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ଅରେଞ୍ଜ ଜୋନରେ ଥିବା ଗଞ୍ଜାମ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ହୋଇଥିବା ୨ କରୋନା ମୃତ୍ୟୁକୁ ମିଶାଇ ଜିଲ୍ଲାରେ ମୃତ୍ୟୁସଂଖ୍ୟା ୨୫୫କୁ ବୃଦ୍ଧି ପାଇଛି । ରେଡ୍ ଜୋନରେ ଥିବା କଳାହାଣ୍ଡିରେ କରୋନା ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି ପାଇଛି । ଜିଲ୍ଲାରେ ଏବେ ୨୩୭୮ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

ସେହିଭଳି କନ୍ଧମାଳ ଜିଲ୍ଲାରେ କୋଭିଡ୍ ମୃତକଙ୍କ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଜିଲ୍ଲାରେ ଏବେ ୧୮୮ଟି ସକ୍ରିୟ ମାମଲା ରହିଛି । ସଂକ୍ରମଣରେ ରାଜ୍ୟର ଚିନ୍ତା ବଢ଼ାଇଥିବା ରେଡ୍ ଜୋନ୍ ଖୋର୍ଦ୍ଧା ଜିଲ୍ଲାରେ କୋଭିଡ୍ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ଜିଲ୍ଲାରେ ଏବେ ୬ ହଜାର ୬୯୭ଟି ସକ୍ରିୟ ମାମଲା ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର