ହୁ ହୁ ହୋଇ ବଢୁଛି ତୈଳ ଦର: ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

The Sakala Picture
Published On

ଭୁବନେଶ୍ୱର: ଆଜି ବି ପୁଣି ବଢିଲା ତେଲ ଦର । ୧୦ ଦିନରେ ଲଗାତର ୯ ଦିନ ଧରି ବଢିଚାଲିଛି ତୈଳ ଦର । ୮୦ ପଇସା ଲେଖାଏଁ ବଢିଛି ଉଭୟ ପେଟ୍ରୋଲ ଓ ଡିଜେଲ ଦର । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୧୦୧.୮୧ ପଇସାରେ ପହଞ୍ଚିଥିବା ବେଳେ, ଡିଜେଲ ଦର ୯୩.୦୭ ହୋଇଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଓ ଡିଜେଲର ଦର ୮୪ ପଇସା ଲେଖାଏଁ ବଢିଛି । ଫଳରେ ମୁମ୍ବାଇରେ […]

ଭୁବନେଶ୍ୱର: ଆଜି ବି ପୁଣି ବଢିଲା ତେଲ ଦର । ୧୦ ଦିନରେ ଲଗାତର ୯ ଦିନ ଧରି ବଢିଚାଲିଛି ତୈଳ ଦର । ୮୦ ପଇସା ଲେଖାଏଁ ବଢିଛି ଉଭୟ ପେଟ୍ରୋଲ ଓ ଡିଜେଲ ଦର । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୧୦୧.୮୧ ପଇସାରେ ପହଞ୍ଚିଥିବା ବେଳେ, ଡିଜେଲ ଦର ୯୩.୦୭ ହୋଇଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଓ ଡିଜେଲର ଦର ୮୪ ପଇସା ଲେଖାଏଁ ବଢିଛି । ଫଳରେ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଦର ୧୧୬.୭୨ ପଇସାରେ ପହଞ୍ଚିଥିବା ବେଳେ, ଡିଜେଲ ୧୦୦ ଟଙ୍କା ୯୪ ପଇସାରେ ପହଞ୍ଚିଛି । ଚେନ୍ନାଇରେ ୭୬ ପଇସା ଲେଖାଏ ବୃଦ୍ଧି ପାଇଛି ତୈଳ ଦର । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୭ ଟଙ୍କା ୪୫ ପଇସାରେ ପହଞ୍ଚିଥିବା ବେଳେ, ଡିଜେଲ ଦର ୯୭ ଟଙ୍କା ୫୨ ପଇସା ହୋଇଛି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ସେହିପରି କୋଲକାତାରେ ୮୦ ପଇସା ଲେଖାଏଁ ବଢି ପେଟ୍ରୋଲ ଦର ୧୧୧ ଟଙ୍କା ୩୫ ପଇସା ଓ ଡିଜେଲର ଦର ୯୬.୨୨ ପଇସାରେ ପହଞ୍ଚିଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ଏପଟେ ଭୁବନେଶ୍ବରରେ ପେଟ୍ରୋଲ ଓ ଡିଜେଲ ଦର ୮୫ ପାଇସା ଲେଖାଏଁ ବୃଦ୍ଧି ପାଇଛି । ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮.୮୨ ଟଙ୍କାରେ ପହଞ୍ଚିଥିବା ବେଳେ ଡିଜେଲ ୯୮ ଟଙ୍କା ୫୩ ପଇସାରେ ପହଞ୍ଚିଛି ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ବିଶ୍ୱବଜାରରେ ଋଷ ୟୁକ୍ରେନ ଯୁଦ୍ଧ ମଧ୍ୟରେ ଫେବ୍ରୁଆରୀରେ ଅଶୋଧିତ ତୈଳଦର ୧୩୦ ଡଲାର ପ୍ରତି ବ୍ୟାରେଲ ଥିଲା ତାହା ଏବେ ହ୍ରାସ ପାଇ ୧୦୩ ଡଲାରରେ ପହଞ୍ଚିଛି । ତଥାପି ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢିବାରେ ଲାଗିଛି । ବିଶେଷଜ୍ଞ ଅନୁସାରେ ତୈଳ ଦର ଏମଧ୍ୟରେ କମିବାର କୌଣସି ସମ୍ଭାବନା ନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର