ଏମ୍ସ ଭୁବନେଶ୍ୱରରେ ପ୍ରଥମ ସଫଳ କିଡ୍‌ନୀ ପ୍ରତିରୋପଣ

The Sakala Picture
Published On

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ଏହାର ପ୍ରଥମ ଦଶନ୍ଧିର ସଫଳ ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟ ଯୋଡ଼ିଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପୂର୍ବ ଭାରତରେ ଭରସାର କେନ୍ଦ୍ରବିନ୍ଦୁ ପାଲଟିଥିବା ଏମ୍ସ ଭୁବନେଶ୍ବରରେ ସଫଳତାର ସହିତ ବହୁପ୍ରତିକ୍ଷୀତ ପ୍ରଥମ କିଡ୍‌ନୀ ପ୍ରତି‌ରୋପଣ ସମ୍ପନ୍ନ ହୋଇଛି। ଗତମାସ ୩୦ରେ ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ କିଡ୍‌ନୀ ପ୍ରତିରୋପଣ ସଫଳ ହୋଇଛି। ଏମ୍ସରେ ହୋଇଥିବା ପ୍ରଥମ ପ୍ରତିରୋପଣ ପିତା ପୁତ୍ରଙ୍କ ମଧ୍ୟରେ ହୋଇଥିଲା। ଅସୁସ୍ଥ ପୁଅଙ୍କୁ ପିତା ନିଜ କିଡ୍‌ନୀ ଦାନ କରିଥିଲେ। ତେବେ […]

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ଏହାର ପ୍ରଥମ ଦଶନ୍ଧିର ସଫଳ ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟ ଯୋଡ଼ିଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପୂର୍ବ ଭାରତରେ ଭରସାର କେନ୍ଦ୍ରବିନ୍ଦୁ ପାଲଟିଥିବା ଏମ୍ସ ଭୁବନେଶ୍ବରରେ ସଫଳତାର ସହିତ ବହୁପ୍ରତିକ୍ଷୀତ ପ୍ରଥମ କିଡ୍‌ନୀ ପ୍ରତି‌ରୋପଣ ସମ୍ପନ୍ନ ହୋଇଛି। ଗତମାସ ୩୦ରେ ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ କିଡ୍‌ନୀ ପ୍ରତିରୋପଣ ସଫଳ ହୋଇଛି। ଏମ୍ସରେ ହୋଇଥିବା ପ୍ରଥମ ପ୍ରତିରୋପଣ ପିତା ପୁତ୍ରଙ୍କ ମଧ୍ୟରେ ହୋଇଥିଲା। ଅସୁସ୍ଥ ପୁଅଙ୍କୁ ପିତା ନିଜ କିଡ୍‌ନୀ ଦାନ କରିଥିଲେ। ତେବେ ପ୍ରତିରୋପଣ ପରେ ଉଭୟ ପିତା ପୁତ୍ର ସୁସ୍ଥ ଅଛନ୍ତି। କିଡ୍‌ନୀ ଦାତାଙ୍କୁ ପ୍ରତିରୋପଣର ତୃତୀୟ ଦିନରେ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଯ କରାଯାଇଥିଲା। ସେହିପରି କିଡ୍‌ନୀ ପ୍ରତିରୋପଣ ହୋଇଥିବା ଯୁବକଙ୍କୁ ମଧ୍ୟ ଇତିମଧ୍ୟରେ ଡିସ୍‌ଚାର୍ଯ କରାଯାଇଛି। ଡିସ୍‌ଚାର୍ଯ ପରେ ଯୁବକଙ୍କ ପରିସ୍ରା ଫଳାଫଳ, ରକ୍ତ ପରୀକ୍ଷା ଫଳ ଏବଂ କ୍ରିଏଟିନାଇନ୍‌ ସ୍ତର ସାଧାରଣ ରହିଥିବା ଚିକିତ୍ସକମାନେ ପ୍ରକାଶ କରିଛନ୍ତି। ଉଭୟ ସୁସ୍ଥ ଥିବାରୁ ଏହି ପ୍ରତିରୋପଣରେ ସାମିଲ ଡାକ୍ତରୀ ଦଳ ସନ୍ତୋଷ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ବାସ ପ୍ରଥମ ସଫଳ କିଡ୍‌ନୀ ପ୍ରତିରୋପଣରେ ସନ୍ତୋଷ ବ୍ୟକ୍ତ କରିବା ସହିତ ଏଥିରେ ସଂପୃକ୍ତ ଡାକ୍ତରୀ ଦଳ ଏବଂ ସମସ୍ତ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏନେଇ ଡ. ବିଶ୍ବାସ କହିଛନ୍ତି ଯେ ମଧୁମେହ(ଡାଇବେଟିସ୍), ଉଚ୍ଚ ରକ୍ତଚାପ ଏବଂ ଅନ୍ୟାନ୍ୟ କିଡ୍‌ନୀ ରୋଗର ବୃଦ୍ଧି ସହିତ ସମାଜରେ କ୍ରୋନିକ୍ କିଡନୀ ରୋଗ (ସିକେଡି) ସଂଖ୍ୟା ବୃଦ୍ଧି ପାଉଛି। ଏଣୁ ପୂର୍ବ ଭାରତରେ ବୃକକ୍‌ ପ୍ରତିରୋପଣ ସେବାର ଆବଶ୍ୟକତା ବୃଦ୍ଧିପାଉଛି। ଘରୋଇ ଡାକ୍ତରଖାନାଗୁଡ଼ିକରେ ପ୍ରତିରୋପଣ ପ୍ରକ୍ରିୟା ବ୍ୟୟବହୁଳ ହୋଇଥାଏ। ମାତ୍ର ଏମ୍ସରେ ଏହି ସେବା ଆରମ୍ଭ ହେବାରୁ ସମାଜର ସମସ୍ତ ବର୍ଗର ଲୋକ ସୁଲଭ ମୂଲ୍ୟରେ ପ୍ରତିରୋପଣ ସେବାର ଲାଭ ନେବା ସହିତ ସୁସ୍ଥ ରହିପାରିବେବୋଲି ଡ. ବିଶ୍ବାସ ପ୍ରକାଶ କରିଛନ୍ତି। ଏଥିସହିତ ଏମ୍ସ ଭୁବନେଶ୍ୱର ନିକଟ ଭବିଷ୍ୟତରେ ଯକୃତ ଏବଂ ଅସ୍ଥି ମଜ୍ଜା ପ୍ରତିରୋପଣ ଆରମ୍ଭ କରିବା ନେଇ ପ୍ରକ୍ରିୟା ଆରମ୍ଭ କରିଥିବା ଡ. ବିଶ୍ବାସ ସୂଚନା ଦେଇଛନ୍ତି।
କିଡ୍‌ନୀ ପ୍ରତିରୋପଣ ଆରମ୍ଭ କରିଥିବାରୁ ଏମ୍ସ ଭୁବନେଶ୍ୱର ପ୍ରେସିଡେଣ୍ଟ୍‌ ପ୍ରଫେସର (ଡ) ସୁବ୍ରତ ଆଚାର୍ଯ୍ୟ ମଧ୍ୟ ଡାକ୍ତରୀ ଦଳକୁ ଅଭିନନ୍ଦନ ଜଣାଇଛନ୍ତି। ମେଡିକାଲ୍‌ ଅଧୀକ୍ଷକ ଡ. ଏସ୍ ଏନ୍‌ ମହାନ୍ତି ଡାକ୍ତରୀ ଦଳକୁ ଅଭିନନ୍ଦନ ଜଣାଇବା ସହିତ ଭବିଷ୍ୟତ ନିମନ୍ତେ ଶୁଭେଚ୍ଛା ଜଣାଇଛନ୍ତି।

କିଡ୍‌ନୀ ପ୍ରତିରୋପଣ କରିଥିବା ଡାକ୍ତରୀ ଦଳରେ ନେଫ୍ରୋଲୋଜି (ବୃକକ୍‌) ବିଭାଗର ଡ. ସନ୍ଦିପ ପଣ୍ଡା ନେତୃତ୍ବ ନେଇଥିଲେ। ସେହିପରି ସର୍ଜିକାଲ ଟିମ୍‌ର ମୁଖ୍ୟ ୟୁରୋଲୋଜି ବିଭାଗ ମୁଖ୍ୟ ଡ. ପ୍ରଶାନ୍ତ ନାୟକଙ୍କ ନେତୃତ୍ୱରେ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଡ. ମନୋଜ ଦାସ, ଡ. ସ୍ବର୍ଣ୍ଣେନ୍ଦୁ ମଣ୍ଡଳ, ଡ. ସମ୍ବିତ ତ୍ରିପାଠୀ ପ୍ରମୁଖ ଡାକ୍ତରୀ ଦଳର ଅଂଶ ଥିଲେ। ଏଥିସହିତ ଅନ୍ତଃଅନୁଷ୍ଠାନ ସହଯୋଗ ସ୍ବରୂପ ପିଜିଆଇଏମ୍‌ଇଆର୍‌ ଚଣ୍ଡିଗଡ଼ର ପ୍ରଫେସର ଦୀପେଶ ବେଞ୍ଜାମିନ୍ କେନୱାର ଏମ୍ସରେ ହୋଇଥିବା କିଡନୀ ପ୍ରତିରୋପଣରେ ପରାମର୍ଶ ଦେବା ନିମନ୍ତେ ଉପସ୍ଥିତ ଥିଲେ। ପ୍ରଫେସର ସତ୍ୟଜିତ ମିଶ୍ରଙ୍କ ନେତୃତ୍ୱରେ ଆନାସ୍ଥେସିଆ(ନିଶ୍ଚେତକ) ଦଳରେ ଡ. ଭାସ୍କର ରାଓ ଏବଂ ଡ. ସୌମ୍ୟ ସରକାର ସାମିଲ ଥିଲେ। ପ୍ରତିରୋପଣ ସଂଯୋଜକ ନିରଞ୍ଜନ ପରମାଣିକଙ୍କ ସମେତ ଓଟି ଏବଂ ଟ୍ରାନ୍ସପ୍ଲାଣ୍ଟ୍‌ ଆଇସିୟୁ କର୍ମଚାରୀ ଏହି ପ୍ରତିରୋପଣରେ ସହଯୋଗ କରିଥିଲେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଏଭଳି ମହତ୍ୱପୂର୍ଣ୍ଣ କାର୍ଯ୍ୟକୁ ସଫଳ କରିବାରେ ସହଯୋଗ କରିଥିବାରୁ ଏମ୍ସ ଭୁବନେଶ୍ୱରର ପ୍ରାଶାସନିକ ଦଳର ଉଦ୍ୟମକୁ ନିର୍ଦ୍ଦେଶକ ଡ. ବିଶ୍ବାସ ପ୍ରଶଂସା କରିଛନ୍ତି। କିଡ୍‌ନୀ ପ୍ରତିରୋପଣ ନିମନ୍ତେ ଏମ୍ସରେ ସଂଖ୍ୟାଧିକ ରୋଗୀ ପଞ୍ଜିକରଣ କରୁଛନ୍ତି।

20 Sep 2022 By The Sakala

https://www.thesakala.in/latest-odisha-news/aiims-bhubaneswar-performs-first-successful-kidney-transplantation/article-15127
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର