ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ

The Sakala Picture
Published On

ଭୁବନେଶ୍ବର : ପିପିଲି  ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଛି । କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।  ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଥିଲେ । ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେ କୋଭିଡ୍ ପଜିଟିଭ୍ ହୋଇଥିବା ଜଣାପଡିଥିଲା । […]

ଭୁବନେଶ୍ବର : ପିପିଲି  ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଛି । କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।  ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଥିଲେ । ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେ କୋଭିଡ୍ ପଜିଟିଭ୍ ହୋଇଥିବା ଜଣାପଡିଥିଲା ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ପିପିଲି ନିକଟବର୍ତ୍ତୀ ନିଜ ଗାଁ ମୋଟରୀ ଆଙ୍କୋଇରୁ ପ୍ରଚାର ପାଇଁ ବାହାରୁଥିବା ବେଳେ ଅସୁସ୍ଥ ହୋଇ ତଳେ ପଡି ଯାଇଥିଲେ ଅଜିତ ମଙ୍ଗରାଜ । ତୁରନ୍ତ ତାଙ୍କ ସମର୍ଥକମାନେ ଚିକିତ୍ସା ପାଇଁ ଡେଲାଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରବଳ ଗରମ ଯୋଗୁ ପ୍ରଚାର ବେଳେ ହଠାତ୍‌ ଅଜିତ ଅସୁସ୍ଥ ହୋଇ ପଡ଼ିଥିଲେ। ମୁଣ୍ଡ ବୁଲାଇବା ସହ ଘଟଣା ସ୍ଥଳରେ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ଉପସ୍ଥିତ କର୍ମୀମାନେ ତାଙ୍କୁ ତୁରନ୍ତ ଡେଲାଙ୍ଗ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ପ୍ରାୟ ୮ ଘଣ୍ଟାର ଚିକିତ୍ସା ପରେ ଅଜିତ ଘରକୁ ଫେରିଥିଲେ। ଗତ ୧୦ ତାରିଖରେ ସେ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଥିଲା ।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

ତାଙ୍କୁ ସଙ୍ଗେ ସଙ୍ଗେ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଆପୋଲ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର