ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ନେଇ ୨୨ ଜିଲ୍ଲାକୁ ଆଲର୍ଟ ଜାରି..

ଭୁବନେଶ୍ବର: ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଲି ସକାଳ ପର୍ଯ୍ୟନ୍ତ ପ୍ରଚଣ୍ଡ ବଜ୍ରପାତ ସତର୍କତା ଜାରି ହୋଇଛି। ମୋଟ ୨୨ ଜିଲ୍ଲାକୁ ଆଲର୍ଟ ଜାରି କରିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ହୋଇଛି। ଉକ୍ତ ୯ ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଢେଙ୍କାନାଳ, କେନ୍ଦ୍ରାପଡା […]

ଭୁବନେଶ୍ବର: ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଲି ସକାଳ ପର୍ଯ୍ୟନ୍ତ ପ୍ରଚଣ୍ଡ ବଜ୍ରପାତ ସତର୍କତା ଜାରି ହୋଇଛି। ମୋଟ ୨୨ ଜିଲ୍ଲାକୁ ଆଲର୍ଟ ଜାରି କରିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ହୋଇଛି। ଉକ୍ତ ୯ ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଢେଙ୍କାନାଳ, କେନ୍ଦ୍ରାପଡା ଏବଂ ଯାଜପୁର । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ କୁଆପଥର ବୃଷ୍ଟି  ନେଇ ଆଲର୍ଟ ଜାରି ହୋଇଛି।

ସେହିପରି ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଅନୁଗୁଳ, ଦେବଗଡ଼ ଏବଂ ସମ୍ବଲପୁର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଅପରାହ୍ନ ସମୟରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ବଜ୍ରପାତ ଜାରି ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାୟଗଡା ରେ ସର୍ବାଧିକ ୨୭.୮ ମିମି ବର୍ଷା ରେକର୍ଡ ହୋଇଛି। ଭୁବନେଶ୍ୱରରେ ୬.୮ ମିମି ବର୍ଷା ରେକର୍ଡ ହୋଇଛି।

About The Author: The Sakala