ରାଜ୍ୟରେ ୧୨ରୁ ବଢିବ ବର୍ଷର ପରିମାଣ; କାଲି ପାଇଁ ବିଭିନ୍ନ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି…

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୧୨ ତାରିଖରୁ ବଢିବ ବର୍ଷର ପରିମାଣ। ସୃଷ୍ଟି ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି। ସର୍ବାଧିକ ବର୍ଷା ଗଞ୍ଜାମ ଜିଲ୍ଲା ଆସ୍କାରେ ୯୦ ମିଲିମିଟର ରେକର୍ଡ ହୋଇଛି। ସମୁଦ୍ର ମଧ୍ୟରେ ବର୍ତ୍ତମାନ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏହା ଫଳରେ ବାଂଲାଦେଶ ସହ ପଶ୍ଚିମବଙ୍ଗ ଓ ତା’ତ୍ସଲଗ୍ନ ଅଞ୍ଚଳରେ […]

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୧୨ ତାରିଖରୁ ବଢିବ ବର୍ଷର ପରିମାଣ। ସୃଷ୍ଟି ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି। ସର୍ବାଧିକ ବର୍ଷା ଗଞ୍ଜାମ ଜିଲ୍ଲା ଆସ୍କାରେ ୯୦ ମିଲିମିଟର ରେକର୍ଡ ହୋଇଛି। ସମୁଦ୍ର ମଧ୍ୟରେ ବର୍ତ୍ତମାନ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏହା ଫଳରେ ବାଂଲାଦେଶ ସହ ପଶ୍ଚିମବଙ୍ଗ ଓ ତା’ତ୍ସଲଗ୍ନ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ବାରଣ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଖୋର୍ଦ୍ଧା, ଜଗସିଂହପୁର, କଟକ ସହ ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେହିଭଳି ଆସନ୍ତାକାଲି ମଧ୍ୟ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଏବଂ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର