ରାଜ୍ଯରେ କାଳବୈଶାଖୀ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌‌ ୩୦ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୦ ଜିଲ୍ଲାକୁ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ  ୱାର୍ଣ୍ଣିଂ ଜାରି କରାଯାଇଥିବା ୧୦ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, […]

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌‌ ୩୦ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୦ ଜିଲ୍ଲାକୁ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ  ୱାର୍ଣ୍ଣିଂ ଜାରି କରାଯାଇଥିବା ୧୦ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ନବରଙ୍ଗପୁର, ରାୟଗଡା ଓ କଳାହାଣ୍ଡି।  କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଉପକୂଳ ଓଡିଶା ଓ ଆଭ୍ୟନ୍ତର ଓଡିଶାର ଜିଲ୍ଲାଗୁଡିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର