ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୮ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୬ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ୧୬ ଜିଲ୍ଲା ଗୁୁଡିକ ହେଲେ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଯାଜପୁର, ଭଦ୍ରକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।
ସେହିପରି ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ।