ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ ଅଙ୍ଗନବାଡି କେନ୍ଦ୍ର ଗୁଡିକ ରାଜ୍ୟରେ କୋମଳମତି ଶିଶୁ ମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି । ରାଜ୍ୟର ଏହି […]

ଭୁବନେଶ୍ବର : ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ସୂଚନାଯୋଗ୍ୟ ଯେ ଅଙ୍ଗନବାଡି କେନ୍ଦ୍ର ଗୁଡିକ ରାଜ୍ୟରେ କୋମଳମତି ଶିଶୁ ମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି । ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି । ଅନୁଦାନ ଅର୍ଥରେ ମେଡିସିନ୍‌ କିଟ୍‌, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

16 Oct 2023 By The Sakala

ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ

ଭୁବନେଶ୍ବର : ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ ଅଙ୍ଗନବାଡି କେନ୍ଦ୍ର ଗୁଡିକ ରାଜ୍ୟରେ କୋମଳମତି ଶିଶୁ ମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି । ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି । ଅନୁଦାନ ଅର୍ଥରେ ମେଡିସିନ୍‌ କିଟ୍‌, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର