OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

Madhusudan Das Picture
Published On

କଟକ: ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲା । ଗିରଫ ହୋଇଥିବା ସମସ୍ତ ୮ ଅଭିଯୁକ୍ତଙ୍କୁ ମିଳିଲା ଜାମିନ୍ । ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି ଓଡିଶା ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି । କୌଣସି ଅଭିଯୁକ୍ତଙ୍କୁ ବୋର୍ଡର କନ୍‌ଫିଡେନ୍ସିଆଲ କାମରେ ନିଯୁକ୍ତ ନକରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ତଦନ୍ତରେ ସହଯୋଗ କରିବା ଏବଂ ଟ୍ରାଏଲ କୋର୍ଟଙ୍କ ବିନା ଅନୁମତିରେ ଅଭିଯୁକ୍ତ ମାନେ ବିଦେଶ ଯାଇପାରିବେ ନାହିଁ ସର୍ତ୍ତ ରଖିଛନ୍ତି ହାଇକୋର୍ଟ ।

ଆହୁରି ପଢ଼ନ୍ତୁ: ଶିଶୁପାଳଗଡ଼ରେ ମା’ ଡାଳଖାଇ ଠାକୁରାଣୀଙ୍କ ଚତୁର୍ଥ ବାର୍ଷିକ ପ୍ରତିଷ୍ଠା ଉତ୍ସବ, ଯୋଗଦେଲେ ଏକାମ୍ର ବିଧାୟକ

ସୂଚନାଯୋଗ୍ୟ ଯେ, ଗତବର୍ଷ ଜୁଲାଇ ୧୯  ତାରିଖରେ ସ୍ପେଶାଲ ଓଟିଇଟି ପରୀକ୍ଷା ହେବାର ଥିଲା । ତାର ଗୋଟିଏ ଦିନ ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହେଲା । ଯାହା ଫଳରେ ପରୀକ୍ଷା ବାତିଲ ହେଲା । ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର । 

ଆହୁରି ପଢ଼ନ୍ତୁ: ମାଓବାଦୀଙ୍କୁ ଡିଜିପିଙ୍କ ଶେଷ ଚେତାବନୀ: 'ବନ୍ଧୁକ ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅ, ନହେଲେ ଜେସାକୁ ତେସା ନୀତି ଆପଣାଇବ ଓଡିଶା ପୋଲିସ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp