ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ତତଲା ଖରାରେ ଅସ୍ତବ୍ୟସ୍ତ ଜନଜୀବନ । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ । ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ । ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପୂର୍ବରୁ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଅସହ୍ୟ ଖରାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ନେଇ ନିଷ୍ପତ୍ତି ନେବାକୁ କୁହାଯାଇଥିଲା । ନିଜ ଜିଲ୍ଲାରେ ଗ୍ରୀଷ୍ମ ପ୍ରଭାବକୁ ଦୃଷ୍ଟିରେ କିଛି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଥିଲେ । ପ୍ରଥମେ ତିନି ଦିନ, ପରେ ସ୍କୁଲ ଛୁଟି ବଢ଼ାଇଥିଲେ । ହେଲେ ରାଜ୍ୟ ସରକାର ଆଜି ସମୂହିକ ଛୁଟି ଘୋଷଣା କରିଛନ୍ତି । 

ଆହୁରି ପଢ଼ନ୍ତୁ: ଗ୍ୟାସ୍ ଟାଙ୍କି ଫାଟି ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ରେଷ୍ଟୁରାଣ୍ଟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର