ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ତାଲିମ ନେବେ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ

The Sakala Picture
Published On

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନା ଟ୍ରେନିଂ ନେବେ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ । ରାଜ୍ୟ ମନ୍ତ୍ରୀ ପରିଷଦର ଏକ ଐତିହାସିକ ନିଷ୍ପତ୍ତିକ୍ରମେ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ଠାରୁ ଆରମ୍ଭ କରି ଗ୍ରୁପ୍ – ଡି ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ସମ୍ବନ୍ଧୀୟ ତାଲିମ୍ ଦିଆଯିବ । ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ OSDMA, ଓଡ଼ିଶା ଷ୍ଟେଟ ଓପନ ୟୁନିଭରସିଟି ଓ […]

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନା ଟ୍ରେନିଂ ନେବେ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ । ରାଜ୍ୟ ମନ୍ତ୍ରୀ ପରିଷଦର ଏକ ଐତିହାସିକ ନିଷ୍ପତ୍ତିକ୍ରମେ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ଠାରୁ ଆରମ୍ଭ କରି ଗ୍ରୁପ୍ – ଡି ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ସମ୍ବନ୍ଧୀୟ ତାଲିମ୍ ଦିଆଯିବ । ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ OSDMA, ଓଡ଼ିଶା ଷ୍ଟେଟ ଓପନ ୟୁନିଭରସିଟି ଓ ଉଚ୍ଚ ଶିକ୍ଷା ବିଭାଗ ମଧ୍ୟରେ ଏମଓୟୁ ସ୍ୱାକ୍ଷର ହୋଇଛି ।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

ଓସ୍‌ଡମା ପକ୍ଷରୁ ପରିଚାଳନା ନିର୍ଦ୍ଦେଶକ ଡ . ଜ୍ଞାନ ଦାସ , ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ସଚିବ ବୀରେନ୍ଦ୍ର କୋରକରା ଏବଂ ଓଡ଼ିଶା ରାଜ୍ୟ ମୁକ୍ତ ବିଦ୍ୟାଳୟ , ସମ୍ବଲପୁରଙ୍କ ପକ୍ଷରୁ ରେଜିଷ୍ଟ୍ରାର ପ୍ରଫେସର ମାନସ ରଞ୍ଜନ ପୂଜାରୀ ଏହି ବୁଝାମଣାପତ୍ରରେ ସ୍ଵାକ୍ଷର କରିଥିଲେ । ତାଲିମ୍ , ଦକ୍ଷତା ବୃଦ୍ଧି ଏବଂ ପାଠ୍ୟକ୍ରମ ପ୍ରସ୍ତୁତ କରିବାରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ ବୈଷୟିକ ସହାୟତା ପ୍ରଦାନ କରିବ । ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବିଭିନ୍ନ ବିଭାଗ ସ୍ତରୀୟ ସରକାରୀ ( ଗ୍ରୁପ – ଏ , ଗ୍ରୁପ୍ – ବି , ଗ୍ରୁପ – ସି ଏବଂ ଗ୍ରୁପ୍ ଡି ) କର୍ମଚାରୀ ମାନଙ୍କର ଦକ୍ଷତା ବୃଦ୍ଧି କରିବା ଏହି ମିଳିତ ପ୍ରୟାସର ମୁଖ୍ୟ ଉଦ୍ଦେଶ୍ୟ ।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସିମେଣ୍ଟ ମିକ୍ସଚର ଟ୍ରକ୍ ଧକ୍କାରେ ବାପା ଓ ଝିଅଙ୍କ ମୃତ୍ୟୁ

26 Jun 2023 By The Sakala

ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ତାଲିମ ନେବେ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନା ଟ୍ରେନିଂ ନେବେ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ । ରାଜ୍ୟ ମନ୍ତ୍ରୀ ପରିଷଦର ଏକ ଐତିହାସିକ ନିଷ୍ପତ୍ତିକ୍ରମେ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ଠାରୁ ଆରମ୍ଭ କରି ଗ୍ରୁପ୍ – ଡି ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ସମ୍ବନ୍ଧୀୟ ତାଲିମ୍ ଦିଆଯିବ । ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ OSDMA, ଓଡ଼ିଶା ଷ୍ଟେଟ ଓପନ ୟୁନିଭରସିଟି ଓ ଉଚ୍ଚ ଶିକ୍ଷା ବିଭାଗ ମଧ୍ୟରେ ଏମଓୟୁ ସ୍ୱାକ୍ଷର ହୋଇଛି ।

ଓସ୍‌ଡମା ପକ୍ଷରୁ ପରିଚାଳନା ନିର୍ଦ୍ଦେଶକ ଡ . ଜ୍ଞାନ ଦାସ , ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ସଚିବ ବୀରେନ୍ଦ୍ର କୋରକରା ଏବଂ ଓଡ଼ିଶା ରାଜ୍ୟ ମୁକ୍ତ ବିଦ୍ୟାଳୟ , ସମ୍ବଲପୁରଙ୍କ ପକ୍ଷରୁ ରେଜିଷ୍ଟ୍ରାର ପ୍ରଫେସର ମାନସ ରଞ୍ଜନ ପୂଜାରୀ ଏହି ବୁଝାମଣାପତ୍ରରେ ସ୍ଵାକ୍ଷର କରିଥିଲେ । ତାଲିମ୍ , ଦକ୍ଷତା ବୃଦ୍ଧି ଏବଂ ପାଠ୍ୟକ୍ରମ ପ୍ରସ୍ତୁତ କରିବାରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ ବୈଷୟିକ ସହାୟତା ପ୍ରଦାନ କରିବ । ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବିଭିନ୍ନ ବିଭାଗ ସ୍ତରୀୟ ସରକାରୀ ( ଗ୍ରୁପ – ଏ , ଗ୍ରୁପ୍ – ବି , ଗ୍ରୁପ – ସି ଏବଂ ଗ୍ରୁପ୍ ଡି ) କର୍ମଚାରୀ ମାନଙ୍କର ଦକ୍ଷତା ବୃଦ୍ଧି କରିବା ଏହି ମିଳିତ ପ୍ରୟାସର ମୁଖ୍ୟ ଉଦ୍ଦେଶ୍ୟ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର