ହକି ବିଶ୍ୱକପ ଉଦ୍‌ଘାଟନୀ ଉତ୍ସବ ପାଇଁ କାଲି କଟକରେ ଦିନ ୨ଟାରୁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

The Sakala Picture
Published On

କଟକ: ଆସନ୍ତାକାଲି ହେଉଛି ପୁରୁଷ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ। ଏଥିପାଇଁ କଟକର ବାରବାଟୀ ଷ୍ଟାଡିୟମରେ ଆୟଜନ ହୋଇଛି ବିଶେଷ କାର୍ଯ୍ଯକ୍ରମ। ଆଉ ଏହି ଉଦଘାଟନୀ ଉତ୍ସବ ପାଇଁ ଆସନ୍ତାକାଲି କଟକ ସହରରେ ଥିବା ସମସ୍ତ ସ୍କୁଲ୍‌, କଲେଜ ଗୁଡ଼ିକୁ ଦିନ ୨ଟାରୁ ଛୁଟି କରି ଦେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି କହିଛନ୍ତି ଯେ, ହକି ବିଶ୍ୱକପ ଉଦଘାଟନୀ ଉତ୍ସବ ପାଇଁ କଟକରେ ଥିବା ସମସ୍ତ […]

କଟକ: ଆସନ୍ତାକାଲି ହେଉଛି ପୁରୁଷ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ। ଏଥିପାଇଁ କଟକର ବାରବାଟୀ ଷ୍ଟାଡିୟମରେ ଆୟଜନ ହୋଇଛି ବିଶେଷ କାର୍ଯ୍ଯକ୍ରମ। ଆଉ ଏହି ଉଦଘାଟନୀ ଉତ୍ସବ ପାଇଁ ଆସନ୍ତାକାଲି କଟକ ସହରରେ ଥିବା ସମସ୍ତ ସ୍କୁଲ୍‌, କଲେଜ ଗୁଡ଼ିକୁ ଦିନ ୨ଟାରୁ ଛୁଟି କରି ଦେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି କହିଛନ୍ତି ଯେ, ହକି ବିଶ୍ୱକପ ଉଦଘାଟନୀ ଉତ୍ସବ ପାଇଁ କଟକରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଏବଂ କଲେଜ ଦିନ ୨ଟାରୁ ବନ୍ଦ ରହିବ।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

ସୂଚନାଯୋଗ୍ୟ, ଆସନ୍ତା ୧୩ରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍ ମ୍ୟାଚ୍‌ଗୁଡ଼ିକ ଖେଳା ଯିବ। ଏଥିପାଇଁ ବିଭିନ୍ନ ଦେଶର ଖେଳାଳିମାନେ ଭୁବନେଶ୍ୱର ଓ ରାଉରକେଲାରେ ପହଞ୍ଚି ସାରିଲେଣି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

 

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର