ଏ ବର୍ଷ ପରୀକ୍ଷା ଦେବାକୁ ଥିବା ନବମ ଓ ଏକାଦଶ ଛାତ୍ରାଛାତ୍ରୀ ସମସ୍ତେ ପାସ୍

The Sakala Picture
Published On

ଭୁବନେଶ୍ବର : ନବମ ଓ ଏକାଦଶ ଶ୍ରେଣୀରେ ପଢୁଥିବା ଛାତ୍ରାଛାତ୍ରୀଙ୍କ ପାଇଁ ବଡ ଖବର। ଏ ବର୍ଷ ପରୀକ୍ଷା ଦେବାକୁ ଥିବା ନବମ ଓ ଏକାଦଶ ପିଲା ସମସ୍ତେ ପାସ୍‌ । ଏଥିପାଇଁ ଛାତ୍ରଛାତ୍ରୀଙ୍କୁ କୌଣସି ପରୀକ୍ଷା ଦେବାକୁ ପଡ଼ିବ ନାହିଁ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି । କରୋନା ଯୋଗୁଁ କ୍ଲାସ୍ ପ୍ରମୋସନ ପରୀକ୍ଷା ହୋଇ ପାରିନଥିଲା । ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କର […]

ଭୁବନେଶ୍ବର : ନବମ ଓ ଏକାଦଶ ଶ୍ରେଣୀରେ ପଢୁଥିବା ଛାତ୍ରାଛାତ୍ରୀଙ୍କ ପାଇଁ ବଡ ଖବର। ଏ ବର୍ଷ ପରୀକ୍ଷା ଦେବାକୁ ଥିବା ନବମ ଓ ଏକାଦଶ ପିଲା ସମସ୍ତେ ପାସ୍‌ । ଏଥିପାଇଁ ଛାତ୍ରଛାତ୍ରୀଙ୍କୁ କୌଣସି ପରୀକ୍ଷା ଦେବାକୁ ପଡ଼ିବ ନାହିଁ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି । କରୋନା ଯୋଗୁଁ କ୍ଲାସ୍ ପ୍ରମୋସନ ପରୀକ୍ଷା ହୋଇ ପାରିନଥିଲା । ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ କ୍ଲାସ୍ ପ୍ରମୋସନ ପରୀକ୍ଷା କରାଯାଇ ପାରିବ ନାହିଁ। ଏଣୁ ନବମ ଓ ଏକାଦଶ ଛାତ୍ରାଛାତ୍ରୀ ସମସ୍ତେ ପାସ୍ ହୋଇ ପରବର୍ତ୍ତି କ୍ଲାସକୁ ଯିବେ ବୋଲି ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଖରାରୁ ମିଳିଲା ଆଶ୍ବସ୍ତି, ଆଜି ରାଜ୍ୟର ୯ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା

ଏଥି ସହିତ କରୋନା ମହାମାରୀ ପାଇଁ ବର୍ତ୍ତମାନ ପରିସ୍ଥିତିରେ ରାଜ୍ୟରେ ହେବାକୁ ଥିବା ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ତଦନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା    ୧୮.୫.୨୧ ରିଖ ଠାରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । କୋଭିଡ-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍‌ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସମ୍ପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ବିଭତ୍ସ ହତ୍ୟା: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡାରେ ହାଣିଦେଲେ ଦୁର୍ବୁତ୍ତ !

ଏଥି ସହିତ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ରାଜ୍ୟର ସମସ୍ତ ସ୍କୁଲକୁ ଏପ୍ରିଲ୍‌ ୧୯ ତାରିଖଠାରୁ ବନ୍ଦ ରଖିବା ପାଇଁ ମଧ୍ୟ ଘୋଷଣା ହୋଇଛି। ରାଜ୍ୟ ସହ ସହବନ୍ଧିତ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ସ୍କୁଲ କ୍ଲାସ ବନ୍ଦ ରହିବ। ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ହଷ୍ଟେଲ ମଧ୍ୟ ୧୯ରୁ ବନ୍ଦ ରହିବ। ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ ବୋଲି ନିର୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପୁସ୍ତକ ସମୀକ୍ଷା ଦାୟିତ୍ୱରେ ଥିଲେ ୨୪ ଶିକ୍ଷାବିତ୍‌ ଓ ଅଧିକାରୀ, ତଥାପି ପ୍ରଥମରୁ ଅଷ୍ଟମ ପଢ଼ାବହି ଛପାରେ ମାଳ ମାଳ ତ୍ରୁଟି

15 Apr 2021 By The Sakala

ଏ ବର୍ଷ ପରୀକ୍ଷା ଦେବାକୁ ଥିବା ନବମ ଓ ଏକାଦଶ ଛାତ୍ରାଛାତ୍ରୀ ସମସ୍ତେ ପାସ୍

ଭୁବନେଶ୍ବର : ନବମ ଓ ଏକାଦଶ ଶ୍ରେଣୀରେ ପଢୁଥିବା ଛାତ୍ରାଛାତ୍ରୀଙ୍କ ପାଇଁ ବଡ ଖବର। ଏ ବର୍ଷ ପରୀକ୍ଷା ଦେବାକୁ ଥିବା ନବମ ଓ ଏକାଦଶ ପିଲା ସମସ୍ତେ ପାସ୍‌ । ଏଥିପାଇଁ ଛାତ୍ରଛାତ୍ରୀଙ୍କୁ କୌଣସି ପରୀକ୍ଷା ଦେବାକୁ ପଡ଼ିବ ନାହିଁ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି । କରୋନା ଯୋଗୁଁ କ୍ଲାସ୍ ପ୍ରମୋସନ ପରୀକ୍ଷା ହୋଇ ପାରିନଥିଲା । ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ କ୍ଲାସ୍ ପ୍ରମୋସନ ପରୀକ୍ଷା କରାଯାଇ ପାରିବ ନାହିଁ। ଏଣୁ ନବମ ଓ ଏକାଦଶ ଛାତ୍ରାଛାତ୍ରୀ ସମସ୍ତେ ପାସ୍ ହୋଇ ପରବର୍ତ୍ତି କ୍ଲାସକୁ ଯିବେ ବୋଲି ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ ଦେଇଛନ୍ତି ।

ଏଥି ସହିତ କରୋନା ମହାମାରୀ ପାଇଁ ବର୍ତ୍ତମାନ ପରିସ୍ଥିତିରେ ରାଜ୍ୟରେ ହେବାକୁ ଥିବା ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ତଦନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା    ୧୮.୫.୨୧ ରିଖ ଠାରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । କୋଭିଡ-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍‌ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସମ୍ପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ।

ଏଥି ସହିତ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ରାଜ୍ୟର ସମସ୍ତ ସ୍କୁଲକୁ ଏପ୍ରିଲ୍‌ ୧୯ ତାରିଖଠାରୁ ବନ୍ଦ ରଖିବା ପାଇଁ ମଧ୍ୟ ଘୋଷଣା ହୋଇଛି। ରାଜ୍ୟ ସହ ସହବନ୍ଧିତ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ସ୍କୁଲ କ୍ଲାସ ବନ୍ଦ ରହିବ। ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ହଷ୍ଟେଲ ମଧ୍ୟ ୧୯ରୁ ବନ୍ଦ ରହିବ। ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ ବୋଲି ନିର୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର