ସମ୍ଭାବ୍ଯ ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଜିଲ୍ଲାର ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡିକୁ ବନ୍ଦ ଘୋଷଣା

କେନ୍ଦୁଝର: ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଅନୁମାନ କରି ଜିଲ୍ଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ଜିଲ୍ଲାର ସମସ୍ତ ସରକାରୀ ବେସରକାରୀ ବିଦ୍ୟାଳୟ, ଆଦର୍ଶ ବିଦ୍ୟାଳୟ ଏବଂ ଅଙ୍ଗନବାଡିକୁ ବନ୍ଦ ଘୋଷଣା କରିଛନ୍ତି। କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସୂଚନା ଆଧାରରେ ଏହି ପଦକ୍ଷେପ ନିଆଯାଇଛି। କିନ୍ତୁ ବିଦ୍ୟାଳୟ ମାନଙ୍କର ସମସ୍ତ କର୍ମଚାରୀ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି। ଶୁକ୍ରବାର ଠାରୁ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାହେବ ବୋଲି ପାଣିପାଗ ବିଭାଗ […]

କେନ୍ଦୁଝର: ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଅନୁମାନ କରି ଜିଲ୍ଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ଜିଲ୍ଲାର ସମସ୍ତ ସରକାରୀ ବେସରକାରୀ ବିଦ୍ୟାଳୟ, ଆଦର୍ଶ ବିଦ୍ୟାଳୟ ଏବଂ ଅଙ୍ଗନବାଡିକୁ ବନ୍ଦ ଘୋଷଣା କରିଛନ୍ତି। କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସୂଚନା ଆଧାରରେ ଏହି ପଦକ୍ଷେପ ନିଆଯାଇଛି। କିନ୍ତୁ ବିଦ୍ୟାଳୟ ମାନଙ୍କର ସମସ୍ତ କର୍ମଚାରୀ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି। ଶୁକ୍ରବାର ଠାରୁ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡିଛି।

About The Author: The Sakala