କାଲିଠୁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ, ଗ୍ରୀଷ୍ମ ପ୍ରବାହ ପାଇଁ ବନ୍ଦ ଘୋଷଣା କଲେ ସରକାର

ଭୁବନେଶ୍ବର : ଆସନ୍ତାକାଲିଠୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍‌ ବନ୍ଦ ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏ ନେଇ ସୂଚନା ଦେଇଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଆସନ୍ତାକାଲିଠୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶନାମା ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଲାଗୁ ହେବ। ଯଦି କୌଣସି […]

ଭୁବନେଶ୍ବର : ଆସନ୍ତାକାଲିଠୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍‌ ବନ୍ଦ ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏ ନେଇ ସୂଚନା ଦେଇଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।

ଆସନ୍ତାକାଲିଠୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶନାମା ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଲାଗୁ ହେବ। ଯଦି କୌଣସି ବେସରକାରୀ ଶିକ୍ଷାନୁଷ୍ଠାନ ଏହି ନିର୍ଦ୍ଦେଶ ନମାନି ସ୍କୁଲ ଖୋଲା ରଖନ୍ତି ତେବେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

ଏଥି ସହିତ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି କାଲିଠୁ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍‌ ବନ୍ଦ ରହିବ। ଏଥି ସହିତ ଯେଉଁ ଛାତ୍ରଛାତ୍ରୀମାନେ ସ୍କୁଲ ଓ କଲେଜ୍‌ ହଷ୍ଟେଲରେ ଅଛନ୍ତି, ସେମାନେ ଚାହିଁଲେ ସେଠାରେ ରହି ପାଠ ପଢିପାରିବେ। ଏଥି ସହିତ ଯଦି କୌଣସି ସ୍କୁଲ ଓ କଲେଜ୍‌ ପୂର୍ବରୁ ପରୀକ୍ଷା ନେଇ ଘୋଷଣା କରିଛନ୍ତି ତେବେ ପରୀକ୍ଷା ପ୍ରଭାବିତ ହେବନି, ପୂର୍ବସୂଚୀରେ ପରୀକ୍ଷା ଚାଲିବ। ଅନ୍ୟପଟେ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ରହିବ। ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

About The Author: The Sakala