ଅବିଶ୍ରାନ୍ତ ବର୍ଷା ଯୋଗୁ ସ୍ଥିତି ଅସମ୍ଭାଳ, ରାଜ୍ୟର ୩ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ଅବିଶ୍ରାନ୍ତ ବର୍ଷା ଯୋଗୁ ସ୍ଥିତି ଅସମ୍ଭାଳ । ପ୍ରବଳ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଆଜି ତିନି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଗଭୀର ଅବପାତର ରୂପ ନେବା ପରେ ରାଜ୍ୟର ବିଭିନ୍ନ ଭାଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେଉଁଠି ଘର ଭାଙ୍ଗିଲାଣି ତ ଆଉ କେଉଁଠି ରାସ୍ତା ଉପରେ ଚାଲୁଛି ଆଣ୍ଠୁଏ ଉଚ୍ଚର ପାଣି। ସ୍ଥିତି ପୂରା ବେହାଲ ହୋଇପଡ଼ିଛି। ପ୍ରବଳ […]

ଭୁବନେଶ୍ୱର: ଅବିଶ୍ରାନ୍ତ ବର୍ଷା ଯୋଗୁ ସ୍ଥିତି ଅସମ୍ଭାଳ । ପ୍ରବଳ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଆଜି ତିନି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଗଭୀର ଅବପାତର ରୂପ ନେବା ପରେ ରାଜ୍ୟର ବିଭିନ୍ନ ଭାଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେଉଁଠି ଘର ଭାଙ୍ଗିଲାଣି ତ ଆଉ କେଉଁଠି ରାସ୍ତା ଉପରେ ଚାଲୁଛି ଆଣ୍ଠୁଏ ଉଚ୍ଚର ପାଣି। ସ୍ଥିତି ପୂରା ବେହାଲ ହୋଇପଡ଼ିଛି। ପ୍ରବଳ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଆଜି ରାଜ୍ୟର ତିନୋଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏହି ତିନୋଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ ଓ ଗଂଜାମ । ପରିସ୍ଥିତିକୁ ନଜରରେ ରଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସ୍କୁଲ ଛୁଟି ଘୋଷଣା କରିଛନ୍ତି ।

ଆଜି ଏହି ତିନି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ । ଅବପାତ ପ୍ରଭାବରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା ପରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। କିନ୍ତୁ ସ୍କୁଲରେ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି। ମାଲକାନଗିରି ଓ ଗଞ୍ଜାମ ଜିଲ୍ଲାର ସ୍କୁଲ ଛୁଟି ନେଇ ଗତକାଲି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଘୋଷଣା କରିଥିଲେ। ମାତ୍ର ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି କରାଯିବା ପରେ କୋରାପୁଟ ଜିଲ୍ଲାପାଳ ଆଜି ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି।

ଦୁଇ ଦିନର ଅବିଶ୍ରାନ୍ତ ବର୍ଷା ପରେ ବେହାଲ ହୋଇପଡ଼ିଛି କୋରାପୁଟ ଓ ମାଲକାନଗିରିର ସ୍ଥିତି। ଜିଲ୍ଲାର ସମସ୍ତ ଛୋଟ ବଡ଼ ନଦୀରେ ଭୟଙ୍କର ବନ୍ୟାସ୍ଥିତି। ଯୁଆଡେ଼ ଦେଖିବ ଖାଲି ପାଣି ପାଣି। କେଉଁଠି ରାସ୍ତା ଉପରେ ପାଣି ଚାଲୁଛି ତ ଆଉ ଅଂଚଳ ବାହ୍ୟଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଛି। ପାଣିଘେରରେ ଏବେବି ଶହ ଶହ ଲୋକ। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ୩ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି।

About The Author: The Sakala