ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ନେଇଗଲା ଛାତ୍ରୀଙ୍କ ଜୀବନ ! ସାଙ୍ଗାତିକ ଅଭିଯୋଗ ଆଣିଲେ ପରିବାର

Madhusudan Das Picture
Published On

ନୟାଗଡ଼: ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ଯୋଗୁଁ ଯୁବତୀଙ୍କ ମୃତ୍ୟୁ । ନୟାଗଡ଼ ଜିଲ୍ଲା ଭାପୁରରୁ ଆସିଛି ଏପରି ସଂଗୀନ ଅଭିଯୋଗ । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସହ ଚାପା ଉତ୍ତେଜନା ଦେଖାଦେଇଛି। ମୃତ ଛାତ୍ରୀଜଣକ ହେଉଛନ୍ତି ଭାପୁର ବ୍ଳକ ଗୋଳାପୋଖରୀ ଗ୍ରାମର ଗୋପାଳ ଚନ୍ଦ୍ର ବେହେରାଙ୍କ ଝିଅ ସନ୍ତୋଷୀ ବେହେରା ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବଡ଼ ପ୍ରସ୍ତୁତି, ମୁତୟନ ହେବେ ୨୦୫ ଟିମ୍

ମିଳିଥିବା ସୂଚନା ଅନୁଯାୟୀ, ଯୁବତୀଙ୍କୁ ଗତକାଲିଠାରୁ ସାଧାରଣ ଜ୍ୱର ହୋଇଥିଲା । ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ନଆସିବାରୁ ଆଜି ସକାଳେ ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ଦେଖିବା ପରେ ଏକ ଇଞ୍ଜେକ୍ସନ ଦେଇଥିଲେ। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ଯୋଗୁଁ ହିଁ ସନ୍ତୋଷୀଙ୍କ ମୃତ୍ୟୁ ଘଟିଛି । ଡାକ୍ତରଙ୍କ ଅବହେଳା ଯୋଗୁଁ ସେମାନେ ନିଜ ଝିଅକୁ ହରାଇଲେ ବୋଲି ବାପା ଗୋପାଳ ବେହେରା କାନ୍ଦି କାନ୍ଦି ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ଫତେଗଡ଼ ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଅନ୍ୟପଟେ ଘଟଣା ସ୍ଥଳରୁ ଡାକ୍ତର ଫେରାର ହୋଇଯାଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ପ୍ରବଳ ବର୍ଷା ଓ ଝଡ଼ତୋଫାନ ଆଶଙ୍କା: ଆଗାମୀ ୨ ଘଣ୍ଟା ପାଇଁ 'ଅରେଞ୍ଜ ୱାର୍ଣ୍ଣିଂ' ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର