ଓଡ଼ିଶାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ! ଅନୁଗୁଳରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା,୧୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

Madhusudan Das Picture
Published On

ଅନୁଗୁଳ : ଓଡ଼ିଶାରେ ପୁଣି ସ୍କ୍ରବ୍ ଟାଇଫସ୍ ଆତଙ୍କ ।  ଅନୁଗୁଳ ଜିଲ୍ଲା ପାଲଲହଡ଼ାରେ ସ୍କ୍ରବ୍ ଟାଇଫସର ଆକ୍ରାନ୍ତ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ । ମୃତକ ହେଲେ ସାନବାଘଧରି ଗାଁର ସୁମନ୍ତ ସେଠୀ । ପ୍ରାରମ୍ଭରେ ତାଙ୍କର ଜ୍ୱର, ମୁଣ୍ଡବିନ୍ଧା ଏବଂ ଦେହହାତ ବିନ୍ଧିବା ଭଳି ଲକ୍ଷଣ ଦେଖାଦେଇଥିଲା । ପରବର୍ତ୍ତୀ ସମୟରେ ପରୀକ୍ଷା ପରେ ଜଣାପଡ଼ିଥିଲା ଯେ ସେ ସଂକ୍ରମିତ ଚିଗର୍ ନାମ କୀଟ କାମୁଡ଼ିବା କାରଣରୁ ସ୍କ୍ରବ ଟାଇଫସ୍ ସଂକ୍ରମଣର ଶିକାର ହୋଇଥିଲେ । ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଦଶରୁ ଅଧିକ ଲୋକଙ୍କୁ ଚିକିତ୍ସା ନିମନ୍ତେ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସ୍ଥିତି ଅନୁଧ୍ୟାନ ପାଇଁ ଗାଁରେ ପହଞ୍ଚିଲା ୫ ଜଣିଆ ବିଶେଷଜ୍ଞ ମେଡିକାଲ ଟିମ୍ । ସମସ୍ତ ଜ୍ୱର ପୀଡ଼ିତଙ୍କ ରକ୍ତ ନମୁନା ସଂଗ୍ରହ ସହ ଚାଲିଛି ଯାଞ୍ଚ ।

ଆହୁରି ପଢ଼ନ୍ତୁ: ରାଉରକେଲାର ସିଲାକୁଟା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଅସ୍ତ୍ରଶସ୍ତ୍ର ଭଣ୍ଡାର ଠାବ: ବିପୁଳ ପରିମାଣର ବିସ୍ଫୋରକ ଜବତ

ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି ଯେ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଥିବାବେଳେ ୪ରୁ ୫ ଜଣ ରୋଗୀ ଚିକିତ୍ସାଧୀନ ଅଛନ୍ତି । ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି ଏବଂ ସଠିକ୍ ଔଷଧ ଦିଆଯାଉଛି । ଆକ୍ରାନ୍ତମାନଙ୍କୁ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ରଖାଯାଇଛି । ସେ ଆହୁରି ମଧ୍ୟ ଜଣାଇଛନ୍ତି ଯେ ସଂକ୍ରମଣକୁ ଦୃଷ୍ଟିରେ ରଖି ଆଖପାଖ ଗ୍ରାମଗୁଡ଼ିକୁ ସତର୍କ କରାଯାଇଛି ଏବଂ ଆବଶ୍ୟକୀୟ ଡାକ୍ତରୀ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ‘ସକାଳ’ ଓ ‘ନନ୍ଦିଘୋଷ ଟିଭି' ପକ୍ଷରୁ ଦୁଇ ଦିନିଆ କନ୍‌କ୍ଲେଭ୍‌ ‘ଓଡ଼ିଶା ଅଭ୍ୟୁଦୟ’କୁ ଉଦ୍‌ଘାଟନ କଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍‌ପାଟି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର