ରାଜଧାନୀରେ ବନ୍ଦ ରହିଛି ‘ଆମ ବସ୍‌’ ସେବା, ଆନ୍ଦୋଳନରେ ବସିଲେ ଡ୍ରାଇଭର ଓ କଣ୍ଡକ୍ଟର…

The Sakala Picture
Published On

ଭୁବନେଶ୍ବର: ରାଜଧାନୀରେ ଠପ୍‌ ହେଲା ‘ଆମ ବସ୍‌’ ସେବା । ଆଜି ରାଜଧାନୀ ଭୁବନେଶ୍ୱରରେ ‘ଆମ ବସ୍’ ସେବା ବନ୍ଦ ରହିଛି । ଡିପୋରେ ବସ୍ ଠିଆ କରି ଆନ୍ଦୋଳନରେ ବସିଛନ୍ତି ଡ୍ରାଇଭର ଓ କଣ୍ଡକ୍ଟର । ବିନା କାରଣରେ ଲୋକମାନେ ଅନେକ ସମୟରେ ଡ୍ରାଇଭର ଓ କଣ୍ଡକ୍ଟରକୁ ମାଡ଼ ମାରିବା ଘଟଣାରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ‘ଆମ ବସ୍’ କର୍ମଚାରୀ । ରାଜ୍ୟ ସରକାର ସୁରକ୍ଷା ଦେଲେ ଆମେ ଗାଡ଼ି ଚଲାଇବୁ। ନହେଲେ ଗାଡ଼ି ଗଡିବ ନାହିଁ […]

ଭୁବନେଶ୍ବର: ରାଜଧାନୀରେ ଠପ୍‌ ହେଲା ‘ଆମ ବସ୍‌’ ସେବା । ଆଜି ରାଜଧାନୀ ଭୁବନେଶ୍ୱରରେ ‘ଆମ ବସ୍’ ସେବା ବନ୍ଦ ରହିଛି । ଡିପୋରେ ବସ୍ ଠିଆ କରି ଆନ୍ଦୋଳନରେ ବସିଛନ୍ତି ଡ୍ରାଇଭର ଓ କଣ୍ଡକ୍ଟର । ବିନା କାରଣରେ ଲୋକମାନେ ଅନେକ ସମୟରେ ଡ୍ରାଇଭର ଓ କଣ୍ଡକ୍ଟରକୁ ମାଡ଼ ମାରିବା ଘଟଣାରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ‘ଆମ ବସ୍’ କର୍ମଚାରୀ । ରାଜ୍ୟ ସରକାର ସୁରକ୍ଷା ଦେଲେ ଆମେ ଗାଡ଼ି ଚଲାଇବୁ। ନହେଲେ ଗାଡ଼ି ଗଡିବ ନାହିଁ ବୋଲି କହିଛନ୍ତି ଡ୍ରାଇଭର ଓ କଣ୍ଡକ୍ଟର । ଯାହାଫଳରେ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଖବର ଅନୁଯାୟୀ, ଗତକାଲି ସମ୍ ହସ୍ପିଟାଲ ଡିପୋରେ ଜଣେ ଆମ ବସ୍ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ବସ୍ ଯାଉଥିବା ବେଳେ ଧୂଳି ଉଡିବାରୁ କିଛି ସ୍ଥାନୀୟ ଲୋକେ ଡିପୋରେ ପଶି କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ଆମ ବସ୍ କର୍ମଚାରୀଙ୍କୁ ସୁରକ୍ଷା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡ୍ରାଇଭର ଓ କଣ୍ଡକ୍ଟର।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର