ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୦ମ ଦିନରେ ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ […]

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୦ମ ଦିନରେ ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ଏଥିପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୦.୫୦ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଯଶିପୁର, କରଞ୍ଜିଆ, ସାରସକଣା ଓ ରାଇରଙ୍ଗପୁର । ଏହିସବୁ ନିର୍ବାଚନ ମଣ୍ଡଳୀର ୧୩ଟି ବ୍ଲକ୍‌‌ର ୧୮୧ଟି ଗ୍ରାମ ପଞ୍ଚାୟତରେ ୨୪୨୭ଟି ପ୍ରକଳ୍ପ ହେବ। ସେହିପରି ସମ୍ବଲପୁର ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀ ପାଇଁ ୬୯ କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେଢାଖୋଲ, ରେଙ୍ଗାଲି ଓ କୁଚିଣ୍ଡା। ଏଥିରେ ୯ଟି ବ୍ଲକ୍‌ର ୧୩୮ଟି ଗ୍ରାମପଞ୍ଚାୟତରେ ୧୮୦୧ଟି ପ୍ରକଳ୍ପ କରାଯିବ। ସେହିପରି ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୫୫.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଚିତ୍ରକୋଣ୍ଡା ଓ ମାଲକାନଗିରି। ଏହିସବୁ ନିର୍ବାଚନମଣ୍ଡଳୀର ୭ଟି ବ୍ଲକ୍‌‌ର ୧୧୧ଟି ଗ୍ରାମ ପଞ୍ଚାୟତରେ ୧୪୩୦ଟି ପ୍ରକଳ୍ପ ହେବ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ଆଜିର କାର୍ଯ୍ୟକ୍ରମ ପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି, ସମ୍ବଲପୁର ଜିଲ୍ଲାର ୩ଟି ଓ ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଗ୍ରାମବିକାଶ କ୍ଷେତ୍ରରେ ସାରା ଭାରତବର୍ଷପାଇଁ ପଥ ପ୍ରଦର୍ଶକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ ପୁଣି କହିଲେ ଯେ ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ।

ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର