‘ଆମ ଶାସନ’ ହେଉଛି ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ: ବିଜେଡି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ଆଜି ଆରମ୍ଭ କରାଯାଇଥିବା “ଆମ ଶାସନ’ ବ୍ୟବସ୍ଥା, ପୂର୍ବ ସରକାରଙ୍କ ଦ୍ୱାରା ୨୦୧୯ ମସିହାରୁ କାର୍ଯ୍ୟକାରୀ ହୋଇ ଆସୁଥିବା ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ ବୋଲି ବିଜେଡି କହିଛି । ବିରୋଧୀ ଦଳର ଦାୟିତ୍ୱ ନିର୍ବାହ କରିବା ସମୟରେ ବିଜେପି ଏହି ବ୍ୟବସ୍ଥାକୁ ସମାଲୋଚନା କରିଆସୁଥିବା ବେଳେ, ସରକାରକୁ ଆସିବାର ୧୪ ମାସ ପରେ ସମାନ ବ୍ୟବସ୍ଥାକୁ, କେବଳ ନାମ ପରିବର୍ତ୍ତନ କରି ଲାଗୁ କରିଛି ବୋଲି […]

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ଆଜି ଆରମ୍ଭ କରାଯାଇଥିବା “ଆମ ଶାସନ’ ବ୍ୟବସ୍ଥା, ପୂର୍ବ ସରକାରଙ୍କ ଦ୍ୱାରା ୨୦୧୯ ମସିହାରୁ କାର୍ଯ୍ୟକାରୀ ହୋଇ ଆସୁଥିବା ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ ବୋଲି ବିଜେଡି କହିଛି । ବିରୋଧୀ ଦଳର ଦାୟିତ୍ୱ ନିର୍ବାହ କରିବା ସମୟରେ ବିଜେପି ଏହି ବ୍ୟବସ୍ଥାକୁ ସମାଲୋଚନା କରିଆସୁଥିବା ବେଳେ, ସରକାରକୁ ଆସିବାର ୧୪ ମାସ ପରେ ସମାନ ବ୍ୟବସ୍ଥାକୁ, କେବଳ ନାମ ପରିବର୍ତ୍ତନ କରି ଲାଗୁ କରିଛି ବୋଲି ବିଜେଡି କହିଛି । କ୍ଷମତାକୁ ଆସିବାର ୧୪ ମାସ ପରେ ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର ଉପାଦେୟତାକୁ ବିଜେପି ସରକାର ସ୍ୱୀକାର କରିଛନ୍ତି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ପୂର୍ବତନ ମନ୍ତ୍ରୀ ତଥା ଦଳର ଉପସଭାପତି ଅତନୁ ସବ୍ୟସାଚୀ ନାୟକ କହିଥିଲେ, ପୂର୍ବ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ଅନେକ ଲୋକପ୍ରିୟ ଯୋଜନାକୁ କେବଳ ନାମ ପରିବର୍ତ୍ତନ କରି ଓ ପୂର୍ବ ସରକାରଙ୍କ ଦ୍ୱାରା ସମ୍ପୂର୍ଣ୍ଣ ହୋଇଥିବା ସରକାରୀ ଭବନ ଗୁଡିକର ରଙ୍ଗ ପରିବର୍ତ୍ତନ କରିବା ପ୍ରାଥମିକତା ହୋଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ବିଭିନ୍ନ ଯୋଜନା ଗୁଡିକ ଭିତରୁ ୨୪ଟି ଯୋଜନାର ନାମ ପୂର୍ବରୁ ହୋଇସାରିଥିଲା ଓ ଆଜି ଆରମ୍ଭ ହୋଇଥିବା ‘ଆମ ଶାସନ’ ବ୍ୟବସ୍ଥା ପରେ ଏହି ସଂଖ୍ୟା ୨୫କୁ ଛୁଇଁଲା।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଶ୍ରୀ ନାୟକ କହିଥିଲେ, ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୧୯ ମସିହା ଗାନ୍ଧୀ ଜୟନ୍ତୀ ଦିନ ଆରମ୍ଭ ହୋଇଥିବା ‘୫-ଟି – ମୋ ସରକାର’ ବ୍ୟବସ୍ଥା ଜାତୀୟ ସ୍ତରରେ ବହୁ ପ୍ରଶଂସିତ ହୋଇଥଲା । କେନ୍ଦ୍ର ସରକାରଙ୍କ ସଂସ୍ଥା ନୀତି ଆୟୋଗ ଏହାକୁ ପ୍ରଶଂସା କରିଥିବା ବେଳେ ତକ୍ରାଳୀନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜିତେନ୍ଦ୍ର ସିଂ ଏହାକୁ ପ୍ରଶଂସା କରିବା ସହିତ, ଏହି ବ୍ୟବସ୍ଥାକୁ ଅନ୍ୟ ରାଜ୍ୟ ମାନେ ମଧ୍ୟ ଲାଗୁ କରିବା ଦରକାର ବୋଲି କହିଥିଲେ। କେନ୍ଦ୍ର ସରକାରଙ୍କ ସୁଶାସନ ଇଣ୍ଡେକ୍ସ ଓ ପ୍ରଧାନମନ୍ତ୍ରୀଙ୍କ ଅଫିସ ମଧ୍ୟ ଓଡ଼ିଶାର ଏହି ବ୍ୟବସ୍ଥାକୁ ପ୍ରଶଂସା କରିଥିଲେ । କିନ୍ତୁ, ରାଜ୍ୟର ବିଜେପି ନେତା ମାନେ ଏହାକୁ ରାଜନୀତି କରି ସମାଲୋଚନା କରି ଆସୁଥିଲେ। ବର୍ତ୍ତମାନ କେବଳ ନାମ ପରିବର୍ତ୍ତନ କରି ସମାନ ବ୍ୟବସ୍ଥାକୁ ଲାଗୁ କରାଯାଇଛି । କେବଳ ନାମ ପରିବର୍ତ୍ତନ କରି ଏହାକୁ ଲାଗୁ କରିବା, ଖଡା ବଡି ଥୋଡ ନା ଥୋଡ଼ ବଡି ଖଡ଼ା ସଦୃଶ୍ୟ ହୋଇଛି। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଥିବା ବେଳେ ଗୋଟିଏ ପରେ ଗୋଟିଏ ଅଘଟଣ ଘଟି ଚାଲିଛି, କିନ୍ତୁ ସରକାରଙ୍କ ନା ଅଛି ଫିଡ୍ବ୍ୟାକ ବ୍ୟବସ୍ଥା ନା ଅଛି ଉତ୍ତରଦାୟୀତ୍ୱ। ନାମ ବଦଳେଇ ବିଭିନ୍ନ ଯୋଜନାକୁ ରାଜ୍ୟ ସରକାର ଲାଗୁ କରିଥିଲେ ହେଁ, ଫିଡ୍ବ୍ୟାକ ବ୍ୟବସ୍ଥାର ଅନୁପସ୍ଥିତ କାରଣରୁ ଏହି ଯୋଜନା ଗୁଡିକ ଅନ୍ତସାର ଶୁନ୍ୟ ହୋଇଯାଇଛି। ଜନସାଧାରଣ ଏହାର ସୁଫଳ ପାଇପାରୁ ନାହାନ୍ତି । ରାଜ୍ୟ ସରକାରଙ୍କ କାର୍ଯ୍ୟ କେବଳ କପି ପେଷ୍ଟରେ ସୀମିତ ହୋଇ ରହିଯାଇଛି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

26 Aug 2025 By The Sakala

‘ଆମ ଶାସନ’ ହେଉଛି ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ: ବିଜେଡି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ଆଜି ଆରମ୍ଭ କରାଯାଇଥିବା “ଆମ ଶାସନ’ ବ୍ୟବସ୍ଥା, ପୂର୍ବ ସରକାରଙ୍କ ଦ୍ୱାରା ୨୦୧୯ ମସିହାରୁ କାର୍ଯ୍ୟକାରୀ ହୋଇ ଆସୁଥିବା ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ ବୋଲି ବିଜେଡି କହିଛି । ବିରୋଧୀ ଦଳର ଦାୟିତ୍ୱ ନିର୍ବାହ କରିବା ସମୟରେ ବିଜେପି ଏହି ବ୍ୟବସ୍ଥାକୁ ସମାଲୋଚନା କରିଆସୁଥିବା ବେଳେ, ସରକାରକୁ ଆସିବାର ୧୪ ମାସ ପରେ ସମାନ ବ୍ୟବସ୍ଥାକୁ, କେବଳ ନାମ ପରିବର୍ତ୍ତନ କରି ଲାଗୁ କରିଛି ବୋଲି ବିଜେଡି କହିଛି । କ୍ଷମତାକୁ ଆସିବାର ୧୪ ମାସ ପରେ ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର ଉପାଦେୟତାକୁ ବିଜେପି ସରକାର ସ୍ୱୀକାର କରିଛନ୍ତି।

ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ପୂର୍ବତନ ମନ୍ତ୍ରୀ ତଥା ଦଳର ଉପସଭାପତି ଅତନୁ ସବ୍ୟସାଚୀ ନାୟକ କହିଥିଲେ, ପୂର୍ବ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ଅନେକ ଲୋକପ୍ରିୟ ଯୋଜନାକୁ କେବଳ ନାମ ପରିବର୍ତ୍ତନ କରି ଓ ପୂର୍ବ ସରକାରଙ୍କ ଦ୍ୱାରା ସମ୍ପୂର୍ଣ୍ଣ ହୋଇଥିବା ସରକାରୀ ଭବନ ଗୁଡିକର ରଙ୍ଗ ପରିବର୍ତ୍ତନ କରିବା ପ୍ରାଥମିକତା ହୋଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ବିଭିନ୍ନ ଯୋଜନା ଗୁଡିକ ଭିତରୁ ୨୪ଟି ଯୋଜନାର ନାମ ପୂର୍ବରୁ ହୋଇସାରିଥିଲା ଓ ଆଜି ଆରମ୍ଭ ହୋଇଥିବା ‘ଆମ ଶାସନ’ ବ୍ୟବସ୍ଥା ପରେ ଏହି ସଂଖ୍ୟା ୨୫କୁ ଛୁଇଁଲା।

ଶ୍ରୀ ନାୟକ କହିଥିଲେ, ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୧୯ ମସିହା ଗାନ୍ଧୀ ଜୟନ୍ତୀ ଦିନ ଆରମ୍ଭ ହୋଇଥିବା ‘୫-ଟି – ମୋ ସରକାର’ ବ୍ୟବସ୍ଥା ଜାତୀୟ ସ୍ତରରେ ବହୁ ପ୍ରଶଂସିତ ହୋଇଥଲା । କେନ୍ଦ୍ର ସରକାରଙ୍କ ସଂସ୍ଥା ନୀତି ଆୟୋଗ ଏହାକୁ ପ୍ରଶଂସା କରିଥିବା ବେଳେ ତକ୍ରାଳୀନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜିତେନ୍ଦ୍ର ସିଂ ଏହାକୁ ପ୍ରଶଂସା କରିବା ସହିତ, ଏହି ବ୍ୟବସ୍ଥାକୁ ଅନ୍ୟ ରାଜ୍ୟ ମାନେ ମଧ୍ୟ ଲାଗୁ କରିବା ଦରକାର ବୋଲି କହିଥିଲେ। କେନ୍ଦ୍ର ସରକାରଙ୍କ ସୁଶାସନ ଇଣ୍ଡେକ୍ସ ଓ ପ୍ରଧାନମନ୍ତ୍ରୀଙ୍କ ଅଫିସ ମଧ୍ୟ ଓଡ଼ିଶାର ଏହି ବ୍ୟବସ୍ଥାକୁ ପ୍ରଶଂସା କରିଥିଲେ । କିନ୍ତୁ, ରାଜ୍ୟର ବିଜେପି ନେତା ମାନେ ଏହାକୁ ରାଜନୀତି କରି ସମାଲୋଚନା କରି ଆସୁଥିଲେ। ବର୍ତ୍ତମାନ କେବଳ ନାମ ପରିବର୍ତ୍ତନ କରି ସମାନ ବ୍ୟବସ୍ଥାକୁ ଲାଗୁ କରାଯାଇଛି । କେବଳ ନାମ ପରିବର୍ତ୍ତନ କରି ଏହାକୁ ଲାଗୁ କରିବା, ଖଡା ବଡି ଥୋଡ ନା ଥୋଡ଼ ବଡି ଖଡ଼ା ସଦୃଶ୍ୟ ହୋଇଛି। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଥିବା ବେଳେ ଗୋଟିଏ ପରେ ଗୋଟିଏ ଅଘଟଣ ଘଟି ଚାଲିଛି, କିନ୍ତୁ ସରକାରଙ୍କ ନା ଅଛି ଫିଡ୍ବ୍ୟାକ ବ୍ୟବସ୍ଥା ନା ଅଛି ଉତ୍ତରଦାୟୀତ୍ୱ। ନାମ ବଦଳେଇ ବିଭିନ୍ନ ଯୋଜନାକୁ ରାଜ୍ୟ ସରକାର ଲାଗୁ କରିଥିଲେ ହେଁ, ଫିଡ୍ବ୍ୟାକ ବ୍ୟବସ୍ଥାର ଅନୁପସ୍ଥିତ କାରଣରୁ ଏହି ଯୋଜନା ଗୁଡିକ ଅନ୍ତସାର ଶୁନ୍ୟ ହୋଇଯାଇଛି। ଜନସାଧାରଣ ଏହାର ସୁଫଳ ପାଇପାରୁ ନାହାନ୍ତି । ରାଜ୍ୟ ସରକାରଙ୍କ କାର୍ଯ୍ୟ କେବଳ କପି ପେଷ୍ଟରେ ସୀମିତ ହୋଇ ରହିଯାଇଛି ।

https://www.thesakala.in/latest-odisha-news/ama-sasana-is-a-copy-paste-of-5-t-and-mo-sarkar-system-bjd-says/article-42145
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର