ଅଟୋକୁ ପିଟିଲା ପିଆଜ ବୋଝେଇ ଟ୍ରକ୍‌: ୨ମୃତ, ୩ଗୁରୁତର

The Sakala Picture
Published On

ଅନୁଗୋଳ: ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ୍ – ଅଟୋକୁ ଧକ୍କା ଦେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ୨ ମୃତକ ମହିଳା ହୋଇଥିବା ବେଳେ ୩ ଗୁରୁତରଙ୍କ ମଧ୍ୟରେ ବି ଜଣେ ମହିଳା ଅଛନ୍ତି। ଅଟୋକୁ ଧକ୍କା ଦେବା ପରେ ପିଆଜ ବୋଝେଇ ଟ୍ରକ୍‌ଟି ମଧ୍ୟ ଓଲୋଟି ପଡ଼ିଛି। ସୂଚନା ଅନୁଯାୟୀ, ଅଟୋଟି […]

ଅନୁଗୋଳ: ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ୍ – ଅଟୋକୁ ଧକ୍କା ଦେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ୨ ମୃତକ ମହିଳା ହୋଇଥିବା ବେଳେ ୩ ଗୁରୁତରଙ୍କ ମଧ୍ୟରେ ବି ଜଣେ ମହିଳା ଅଛନ୍ତି। ଅଟୋକୁ ଧକ୍କା ଦେବା ପରେ ପିଆଜ ବୋଝେଇ ଟ୍ରକ୍‌ଟି ମଧ୍ୟ ଓଲୋଟି ପଡ଼ିଛି।

ଆହୁରି ପଢ଼ନ୍ତୁ: ଛତିଶଗଡ଼ରେ ବିମାନ ଦୁର୍ଘଟଣା: ପାହାଡ଼ ସହ ପିଟିହେଲା ଘରୋଇ ବିମାନ, ପାଇଲଟ୍ ଓ କୋ-ପାଇଲଟଙ୍କ ମୃତ୍ୟୁ ଆଶଙ୍କା

ସୂଚନା ଅନୁଯାୟୀ, ଅଟୋଟି ମହୀଧରପୁରରୁ ଦୁର୍ଗାପୁର ଅଭିମୁଖେ ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ମୃତାହତମାନେ ଜରପଡ଼ା ଓ ଦୁର୍ଗାପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ମହୀଧରପୁର ଅଞ୍ଚଳରେ ଜଣେ ସମ୍ପର୍କୀୟଙ୍କ ମୃତ୍ୟୁ ଖବର ପାଇ ସେମାନେ ସେଠାକୁ ଯାଇଥିଲେ। ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇ ଫେରୁଥିବା ବେଳେ ସେମାନେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଅଟୋରେ ଡ୍ରାଇଭରଙ୍କୁ ମିଶାଇ ମୋଟ ୫ ଜଣ ଥିଲେ। ଅଟୋ ଚାଳକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ୩ ଆହତଙ୍କୁ ପ୍ରଥମେ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଜରପଡ଼ା ଥାନା ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଜାରି ରଖିଛି।

30 May 2022 By The Sakala

ଅଟୋକୁ ପିଟିଲା ପିଆଜ ବୋଝେଇ ଟ୍ରକ୍‌: ୨ମୃତ, ୩ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ୍ – ଅଟୋକୁ ଧକ୍କା ଦେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ୨ ମୃତକ ମହିଳା ହୋଇଥିବା ବେଳେ ୩ ଗୁରୁତରଙ୍କ ମଧ୍ୟରେ ବି ଜଣେ ମହିଳା ଅଛନ୍ତି। ଅଟୋକୁ ଧକ୍କା ଦେବା ପରେ ପିଆଜ ବୋଝେଇ ଟ୍ରକ୍‌ଟି ମଧ୍ୟ ଓଲୋଟି ପଡ଼ିଛି।

ସୂଚନା ଅନୁଯାୟୀ, ଅଟୋଟି ମହୀଧରପୁରରୁ ଦୁର୍ଗାପୁର ଅଭିମୁଖେ ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ମୃତାହତମାନେ ଜରପଡ଼ା ଓ ଦୁର୍ଗାପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ମହୀଧରପୁର ଅଞ୍ଚଳରେ ଜଣେ ସମ୍ପର୍କୀୟଙ୍କ ମୃତ୍ୟୁ ଖବର ପାଇ ସେମାନେ ସେଠାକୁ ଯାଇଥିଲେ। ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇ ଫେରୁଥିବା ବେଳେ ସେମାନେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଅଟୋରେ ଡ୍ରାଇଭରଙ୍କୁ ମିଶାଇ ମୋଟ ୫ ଜଣ ଥିଲେ। ଅଟୋ ଚାଳକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ୩ ଆହତଙ୍କୁ ପ୍ରଥମେ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଜରପଡ଼ା ଥାନା ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଜାରି ରଖିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର