ଜଙ୍ଗଲରୁ ନିଖୋଜ ନାବାଳକର କ୍ଷତବିକ୍ଷତ ଝୁଲନ୍ତା ମୃତଦେହ ଉଦ୍ଧାର, ବଳି ଦିଆଯାଇଥିବା ସନ୍ଦେହ

The Sakala Picture
Published On

ଅନୁଗୋଳ: ଆଠମଲ୍ଲିକ କିଆକଟା ଥାନା ବାରିଣୀ ଜଙ୍ଗଲରୁ ନାବାଳକଙ୍କ କ୍ଷତବିକ୍ଷତ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ନାବାଳକ ଜଣଙ୍କ ଗୋଡ଼ ହାତ ଆଦି ନଥିବା ବେଳେ ବଳି ଦିଆ ଯାଇଥିବା ସନ୍ଦେହ କରାଯାଉଛି । ସୂଚନା ଅନୁସାରେ ଗତ ୨୩ ତାରିଖରେ ବାସନ୍ତୀ ବିଶ୍ୱାଳ ନାମକ ଜଣେ ମହିଳାଙ୍କ ୧୪ ବର୍ଷୀୟ ପୁଅ ସଞ୍ଜିତ ବିଶ୍ବାଳଙ୍କ ଦେହ ସବୁବେଳେ ଖରାପ ରହୁଥିବାରୁ ଟୁସର ଗାଁକୁ ଆସିଥିଲେ । ସେଠାରେ ଥିବା ମା’ ମଙ୍ଗଳା ପ୍ରତ୍ୟକ୍ଷ ଥିବାରୁ […]

ଅନୁଗୋଳ: ଆଠମଲ୍ଲିକ କିଆକଟା ଥାନା ବାରିଣୀ ଜଙ୍ଗଲରୁ ନାବାଳକଙ୍କ କ୍ଷତବିକ୍ଷତ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ନାବାଳକ ଜଣଙ୍କ ଗୋଡ଼ ହାତ ଆଦି ନଥିବା ବେଳେ ବଳି ଦିଆ ଯାଇଥିବା ସନ୍ଦେହ କରାଯାଉଛି । ସୂଚନା ଅନୁସାରେ ଗତ ୨୩ ତାରିଖରେ ବାସନ୍ତୀ ବିଶ୍ୱାଳ ନାମକ ଜଣେ ମହିଳାଙ୍କ ୧୪ ବର୍ଷୀୟ ପୁଅ ସଞ୍ଜିତ ବିଶ୍ବାଳଙ୍କ ଦେହ ସବୁବେଳେ ଖରାପ ରହୁଥିବାରୁ ଟୁସର ଗାଁକୁ ଆସିଥିଲେ । ସେଠାରେ ଥିବା ମା’ ମଙ୍ଗଳା ପ୍ରତ୍ୟକ୍ଷ ଥିବାରୁ ପୂଜାର୍ଚ୍ଚନା କରିବା ସହ ରାତିରେ ମଙ୍ଗଳା କୋଠିରେ ମା-ପୁଅ ଅଧିଆ ପଡ଼ିଥିଲେ । ରାତିରେ ଶୋଇଥିବା ବେଳେ ସକାଳୁ ଉଠି ବାସନ୍ତୀ ଦେଖିବା ବେଳକୁ ତାଙ୍କ ପୁଅ ନଥିଲେ । ଖୋଜାଖୋଜି କରିବା ପରେ ମଧ୍ୟ ପୁଅ ସଞ୍ଜିତ ନ ମିଳିବା ପରେ କିଆକଟା ଥାନାରେ ପୁଅ ନିଖୋଜ ନେଇ ଅଭିଯୋଗ କରିଥିଲେ ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ତେବେ ଆଜି ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ମିଳିଥିଲା । ମୃତ ଦେହ ଝୁଲୁଥିବା ବେଳେ ତା’ର ଗୋଡ଼ ଓ ହାତ ନଥିଲା । ଯାହାକୁ ଦେଖି ଏହା ବଳି ପାଇଁ ହତ୍ୟା କରା ଯାଇଥିବା ସନ୍ଦେହ କରା ଯାଉଛି । ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକ ବାରିଣୀ ଛକଠାରେ ଆଠମଲ୍ଲିକ-କିଆକଟା ରାସ୍ତା ଅବରୋଧ କରିଛନ୍ତି । ରାସ୍ତାରୋକ ବେଳେ ପୁଲିସ ଗାଡି ଜାଳି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକ । ଖବର ଲେଖାଯିବା ସୁଦ୍ଧା ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

28 Jul 2023 By The Sakala

ଜଙ୍ଗଲରୁ ନିଖୋଜ ନାବାଳକର କ୍ଷତବିକ୍ଷତ ଝୁଲନ୍ତା ମୃତଦେହ ଉଦ୍ଧାର, ବଳି ଦିଆଯାଇଥିବା ସନ୍ଦେହ

ଅନୁଗୋଳ: ଆଠମଲ୍ଲିକ କିଆକଟା ଥାନା ବାରିଣୀ ଜଙ୍ଗଲରୁ ନାବାଳକଙ୍କ କ୍ଷତବିକ୍ଷତ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ନାବାଳକ ଜଣଙ୍କ ଗୋଡ଼ ହାତ ଆଦି ନଥିବା ବେଳେ ବଳି ଦିଆ ଯାଇଥିବା ସନ୍ଦେହ କରାଯାଉଛି । ସୂଚନା ଅନୁସାରେ ଗତ ୨୩ ତାରିଖରେ ବାସନ୍ତୀ ବିଶ୍ୱାଳ ନାମକ ଜଣେ ମହିଳାଙ୍କ ୧୪ ବର୍ଷୀୟ ପୁଅ ସଞ୍ଜିତ ବିଶ୍ବାଳଙ୍କ ଦେହ ସବୁବେଳେ ଖରାପ ରହୁଥିବାରୁ ଟୁସର ଗାଁକୁ ଆସିଥିଲେ । ସେଠାରେ ଥିବା ମା’ ମଙ୍ଗଳା ପ୍ରତ୍ୟକ୍ଷ ଥିବାରୁ ପୂଜାର୍ଚ୍ଚନା କରିବା ସହ ରାତିରେ ମଙ୍ଗଳା କୋଠିରେ ମା-ପୁଅ ଅଧିଆ ପଡ଼ିଥିଲେ । ରାତିରେ ଶୋଇଥିବା ବେଳେ ସକାଳୁ ଉଠି ବାସନ୍ତୀ ଦେଖିବା ବେଳକୁ ତାଙ୍କ ପୁଅ ନଥିଲେ । ଖୋଜାଖୋଜି କରିବା ପରେ ମଧ୍ୟ ପୁଅ ସଞ୍ଜିତ ନ ମିଳିବା ପରେ କିଆକଟା ଥାନାରେ ପୁଅ ନିଖୋଜ ନେଇ ଅଭିଯୋଗ କରିଥିଲେ ।

ତେବେ ଆଜି ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ମିଳିଥିଲା । ମୃତ ଦେହ ଝୁଲୁଥିବା ବେଳେ ତା’ର ଗୋଡ଼ ଓ ହାତ ନଥିଲା । ଯାହାକୁ ଦେଖି ଏହା ବଳି ପାଇଁ ହତ୍ୟା କରା ଯାଇଥିବା ସନ୍ଦେହ କରା ଯାଉଛି । ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକ ବାରିଣୀ ଛକଠାରେ ଆଠମଲ୍ଲିକ-କିଆକଟା ରାସ୍ତା ଅବରୋଧ କରିଛନ୍ତି । ରାସ୍ତାରୋକ ବେଳେ ପୁଲିସ ଗାଡି ଜାଳି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକ । ଖବର ଲେଖାଯିବା ସୁଦ୍ଧା ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି ।

https://www.thesakala.in/latest-odisha-news/angul/hanging-body-of-a-missing-minor-was-recovered-from-the-forest-in-angul/article-23911
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର