ଆନୁଗୁଳ: ଆନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ଜେରେଙ୍ଗ ଦେହୁରୀ ସାହି ଗ୍ରାମ ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ଜେରଙ୍ଗ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିଭୂତି ଗଡନାୟକଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ଘର ସାମ୍ନାରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ରାଜନୈତିକ ହିଂସାକୁ ନେଇ ହତ୍ୟା ଅଭିଯୋଗ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ପରିବାର ଲୋକଙ୍କ କହିବା ମୂତାବକ ସୋମବାର ବିଭୂତିଙ୍କର କିଛି ଲୋକଙ୍କ ସହ ଯୁକ୍ତିତର୍କ ହୋଇଥିଲା। ଯାହାକୁ ନେଇ ଥାନାରେ ମଧ୍ୟ ଏତଲା ଦିଆଯାଇଥିଲା। ଖବର ପାଇ ଜରପଡା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
ଘର ସାମ୍ନାରୁ ପୂର୍ବତନ ସରପଞ୍ଚଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
ଆନୁଗୁଳ: ଆନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ଜେରେଙ୍ଗ ଦେହୁରୀ ସାହି ଗ୍ରାମ ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ଜେରଙ୍ଗ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିଭୂତି ଗଡନାୟକଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ଘର ସାମ୍ନାରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ରାଜନୈତିକ ହିଂସାକୁ ନେଇ ହତ୍ୟା ଅଭିଯୋଗ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ପରିବାର ଲୋକଙ୍କ କହିବା ମୂତାବକ ସୋମବାର ବିଭୂତିଙ୍କର କିଛି ଲୋକଙ୍କ ସହ ଯୁକ୍ତିତର୍କ ହୋଇଥିଲା। ଯାହାକୁ ନେଇ […]