ରାଜ୍ୟରୁ ଆଜି ସୁସ୍ଥ ହେଲେ ୧୦ ହଜାର ୩୬ ଜଣ କରୋନା ଆକ୍ରାନ୍ତ

The Sakala Picture
Published On

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଜି କରୋନାରୁ ୧୦ ହଜାର ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୧ ଜଣ ଅଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୪୬ ହଜାର […]

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଜି କରୋନାରୁ ୧୦ ହଜାର ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୧ ଜଣ ଅଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୪୬ ହଜାର ୬୩୧କୁ ବୃଦ୍ଧି ପାଇଛି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ସୁନ୍ଦରଗଡ଼ରୁ ୮୧୪ ଜଣ ଥିବା ବେଳେ, କଟକରୁ ୭୧୮, ଅନୁଗୁଳରୁ ୫୧୦, ବରଗଡ଼ରୁ ୪୫୫, କଳାହାଣ୍ଡିରୁ ୪୩୭, ଯାଜପୁରରୁ ୪୦୭, ଗଞ୍ଜାମରୁ ୩୬୬, ପୁରୀରୁ ୩୫୧, ବଲାଙ୍ଗିରରୁ ୩୪୨, ଝାରସୁଗୁଡ଼ାରୁ ୩୩୪, ସମ୍ବଲପୁରରୁ ୩୦୦, ଭଦ୍ରକରୁ ୨୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

ଏହାସହ ନୟାଗଡ଼ରୁ ୨୪୫ ଜଣ ଥିବା ବେଳେ, ଢେଙ୍କାନାଳରୁ ୨୩୬, ବାଲେଶ୍ବରରୁ ୨୩୦, ବୌଦ୍ଧରୁ ୨୧୮, ନୂଆପଡ଼ାରୁ ୨୦୨, ରାୟଗଡ଼ାରୁ ୧୯୯, କେନ୍ଦୁଝରରୁ ୧୮୬, ମୟୂରଭଞ୍ଜରୁ ୧୬୫, ଜଗତସିଂହପୁରରୁ ୧୫୫, ସୋନପୁରରୁ ୧୪୮, କେନ୍ଦ୍ରାପଡ଼ାରୁ ୧୪୧, ଦେବଗଡ଼ରୁ ୧୩୮, କୋରାପୁଟରୁ ୧୧୧, ଗଜପତିରୁ ୧୦୨, କନ୍ଧମାଳରୁ ୯୫, ମାଲକାନଗିରିରୁ ୮୩ ଓ ଷ୍ଟେଟ୍ ପୁଲରୁ ୨୭୧ ଜଣ ଅଛନ୍ତି ।

ଆହୁରି ପଢ଼ନ୍ତୁ: ନବୀନଙ୍କ ଅନୁମୋଦନ: ନଭେମ୍ବର ୩୦ ଯାଏଁ ବଢ଼ିଲା ବିଜେଡିର ଜନ ସମ୍ପର୍କ ପଦଯାତ୍ରା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର