ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍ ଜାରି ରହିଛି । ତଳମୁହାଁ ହେଉଛି କରୋନା ଗ୍ରାଫ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୨୪୩ ଜଣ କରୋନା ସଂକ୍ରମିତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୧୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୨୫ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୦୭୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୮୭ ହଜାର ୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୨ ହଜାର ୧୨୯ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୬୮ ହଜାର ୪୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୩୬୬ ଜଣଙ୍କର ମୃତ୍ୟୁ ହୋଇଛି ।