ରାଜ୍ୟରେ ବଢୁଛି ସଂକ୍ରମଣ ହାର, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦୀର୍ଘ ଦିନ ପରେ ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା ସଂକ୍ରମଣ । ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୫ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍ । ଏମାନଙ୍କ […]

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦୀର୍ଘ ଦିନ ପରେ ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା ସଂକ୍ରମଣ । ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୫ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୮ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୯୮୦ କୁ ବୃଦ୍ଧି ପାଇଥିବା ବେଳେ ୧୦୪୫୧୦୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୩୫୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର