ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୩ କୋଭିଡ଼ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୫୪୦କୁ ବୃଦ୍ଧି ପାଇଥିବା ବେଳେ ୧୨୭୬୪୦୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୯୭୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

About The Author: The Sakala