ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୮୮୬ ଜଣ କୋଭିଡ ପଜିଟିଭ୍, ୬୬ ମୃତ

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୮୮୬ ଜଣ କରୋନା ସଂକ୍ରମିତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୭୪ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୯୫୬ ଜଣକୁ ବୃଦ୍ଧି […]

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୮୮୬ ଜଣ କରୋନା ସଂକ୍ରମିତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୭୪ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୯୫୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆଜି ସଂକ୍ରମିତ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୫୩ ଜଣ, କଟକରୁ ୮୧ ଜଣ,ଯାଜପୁରରୁ ୬୦ ଜଣ, ବାଲେଶ୍ବରରୁ ୬୨ ଜଣ, ଜଗତସିଂହପୁରରୁ ୫୪ ଜଣ, ପୁରୀରୁ ୫୩ ଜଣ,କେନ୍ଦ୍ରାପଡ଼ାରୁ ୩୩ ଜଣ, ଅନୁଗୁଳରୁ ୩୨ ଜଣ, ଭଦ୍ରକରୁ ୩୧ ଜଣ, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୨୫ ଜଣ ଲେଖାଏଁ,କେନ୍ଦୁଝରରୁ ୧୮ ଜଣ, ସମ୍ବଲପୁରର ୧୫ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, ଢ଼େଙ୍କାନାଳରୁ ୧୧ ଜଣ ଓ କଳାହାଣ୍ଡିରୁ ୧୧ ଜଣ,ମାଲକାନଗିରିରୁ ୯ ଜଣ, ଗଞ୍ଜାମରୁ ୮ ଜଣ, କୋରାପୁଟରୁ ୭ ଜଣ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ,ଗଜପତି ଓ ନବରଙ୍ଗପୁର ଜିଳ୍ଲାରୁ ୪ ଜଣ ଲେଖାଏଁ ,ଝାରସୁଗୁଡ଼ାରୁ ୩ ଜଣ, ବୌଦ୍ଧ, ଦେବଗଡ଼ ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୦୧ କୁ ବୃଦ୍ଧି ପାଇଛି ।

ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯ ଜଣ, କଟକ ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ଝାରସୁଗୁଡ଼ା, କଳାହାଣ୍ଡି, ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୭ ହଜାର ୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୧ ହଜାର ୪୮୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୯ ହଜାର ୯୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୫୦୧ ଜଣଙ୍କର ମୃତ୍ୟୁ ହୋଇଛି ।

About The Author: The Sakala