ଭୁବନେଶ୍ବର: ରାଜ୍ୟରେ ଆସୁଛି ଆଉ ଏକ ଲଘୁଚାପ । ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇପାରେ ଏହି ଲଘୁଚାପ। ଲଘୁଚାପ ସୃଷ୍ଟି ସହ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତିକରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ ପରିଣତ ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।