ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୬ରୁ ପୁଣି ଭିଜିବ ଓଡ଼ିଶା

The Sakala Picture
Published On

ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୬ ତାରିଖରୁ ପୁଣି ଭିଜିବ ଓଡ଼ିଶା । ୧୩ ରୁ ୧୫ ତାରିଖ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣୀବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଲଘୁଚାପର ରୂପ । ଏହାରି ପ୍ରଭାବରେ ଦକ୍ଷିଣ ସମେତ ଉତ୍ତର ଓଡିଶାରେ ବର୍ଷିବ । ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, […]

ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୬ ତାରିଖରୁ ପୁଣି ଭିଜିବ ଓଡ଼ିଶା । ୧୩ ରୁ ୧୫ ତାରିଖ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣୀବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଲଘୁଚାପର ରୂପ । ଏହାରି ପ୍ରଭାବରେ ଦକ୍ଷିଣ ସମେତ ଉତ୍ତର ଓଡିଶାରେ ବର୍ଷିବ । ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ବେଳେ
ଉପକୂଳ ଓଡିଶାରେ ବି ହାଲୁକା ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଏବଂ ନୟାଗଡ଼ରେ ହାଲୁକା ବର୍ଷା ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର