ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ଅଞ୍ଚଳରେ ଲଘୁଚାପ ସମ୍ଭାବନା ।  ପୂର୍ବ- କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତର- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳରେ ୩.୧ରୁ ୫.୮ କିମି ମଧ୍ୟରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ପ୍ରଭାବରେ ୪୮ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ- ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଏ ନେଇ ଆଞ୍ଚିଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ୧୯-୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା […]

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ଅଞ୍ଚଳରେ ଲଘୁଚାପ ସମ୍ଭାବନା ।  ପୂର୍ବ- କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତର- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳରେ ୩.୧ରୁ ୫.୮ କିମି ମଧ୍ୟରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ପ୍ରଭାବରେ ୪୮ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ- ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଏ ନେଇ ଆଞ୍ଚିଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସୂଚନା ଅନୁଯାୟୀ, ୧୯-୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଏହି ସମୟରେ ମଧ୍ୟରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ନୟାଗଡ଼, ରାୟଗଡ଼ା, କୋରାପଟ, ମାଲକାନଗିରି ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର