ଆଗାମୀ ୧୨ ଘଣ୍ଟାରେ ଆଉ ଏକ ଲଘୁଚାପ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା…

The Sakala Picture
Published On

ଭୁବନେଶ୍ବର: ଭାରତ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ସେପ୍ଟେମ୍ବର ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଅବପାତରେ ପରିଣତ ହେବାର ସମ୍ଭାବନା ଅଛି ଏବଂ ୨୭ ତାରିଖ ସକାଳେ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା […]

ଭୁବନେଶ୍ବର: ଭାରତ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ସେପ୍ଟେମ୍ବର ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଅବପାତରେ ପରିଣତ ହେବାର ସମ୍ଭାବନା ଅଛି ଏବଂ ୨୭ ତାରିଖ ସକାଳେ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ସହିତ ଅନ୍ୟାନ୍ୟ ଦକ୍ଷିଣ ଓଡ଼ିଶା ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ସ୍ବତନ୍ତ୍ର ରିଲିଫ୍ କମିଶନର ଆଜି ଭିଡିଓ କନଫରେନସିଙ୍ଗ ମାଧ୍ଯମରେ ୧୮ ଟି ଜିଲ୍ଲା  ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ ନୂଆପଡାର ଜିଲ୍ଲାପାଳମାନଙ୍କ ସହିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ସମ୍ୱନ୍ଧରେ ଆଲୋଚନା କରିଛନ୍ତି । ଏହି ବୈଠକରେ ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ, ଭାରତ ପାଣିପାଗ ବିଭାଗର ନିର୍ଦ୍ଦେଶିକା, OSDMA ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ତଥା ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ସତର୍କତାମୂଳକ ପଦକ୍ଷେପ ସ୍ବରୁପ ବିଶେଷ ଭାବରେ ପ୍ରଭାବିତ ହେବାକୁଥ‌ିବା ଜିଲ୍ଲା କୋରାପୁଟ ଓ ମାଲକାନାଗିରି ସହିତ ଅନ୍ୟାନ୍ୟ ଜିଲ୍ଲାଗୁଡିକର ଜିଲ୍ଲାପାଳମାନଙ୍କୁ କର୍ମ କ୍ଷେତ୍ରରେ ରହି ପରିସ୍ଥିତିର ମୁକାବିଲା କରିବା ପାଇଁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ସ୍ଥଳେ ଅଗ୍ନିଶମ ସେବା ଏବଂ ODRAF ଦଳଗୁଡ଼ିକୁ ନିୟୋଜିତ କରିବା ସ‌ହିତ ଯେକୌଣସି ବନ୍ୟା ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍ ଇଞ୍ଜିନିୟର/ଅଧିକାରୀମାନଙ୍କୁ ଲୋକ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି । ପରିସ୍ଥିତିର ମୁକାବିଲା ନିମନ୍ତେ ପ୍ରଶାସନ ସଂପୂର୍ଣ ରୂପରେ ପ୍ରସ୍ତୁତ ଅଛନ୍ତି । ରାଜ୍ୟ ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ଏଥି ନିମନ୍ତେ ଜନସାଧାରଣ କୌଣସି ପ୍ରକାର ଗୁଜବ ଯୋଗୁଁ ଭୟଭୀତ ହେବା ଅନାବଶ୍ୟକ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର