ଆଜି ସୃଷ୍ଟି ହେବ ଆଉ ଏକ ଲଘୁଚାପ : ଉପକୂଳ, ଦକ୍ଷିଣ ଓଡ଼ିଶାରେ ଢାଳିବ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଏହି ସମୟରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ତେବେ ଗୁରୁବାର ଓ ଶୁକ୍ରବାର ବର୍ଷାର ପ୍ରଭାବ ସବୁଠୁ ଅଧିକ ଅନୁଭୂତ ହେବ। ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଶୁକ୍ରବାର ରାଜ୍ୟର କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ […]

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଏହି ସମୟରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ତେବେ ଗୁରୁବାର ଓ ଶୁକ୍ରବାର ବର୍ଷାର ପ୍ରଭାବ ସବୁଠୁ ଅଧିକ ଅନୁଭୂତ ହେବ। ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଶୁକ୍ରବାର ରାଜ୍ୟର କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରିଛି।

ଆହୁରି ପଢ଼ନ୍ତୁ: ପ୍ରସ୍ତାବିତ ଠିପି ଖୋଲା ବିଦେଶୀ ମଦ ଦୋକାନକୁ ବିରୋଧ, ଜିଲ୍ଲାପାଳ ଅଫିସ ଘେରିଲେ ଶତାଧିକ ମହିଳା

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ଅର୍ଥାତ ଗୁରୁବାର ମଧ୍ୟରେ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ଏହି ଲଘୁଚାପଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ଦୁଇ ଦିନରେ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ପ୍ରଦେଶ ମୁହାଁ ହୋଇ ସ୍ଥଳଭାଗ ଅତିକ୍ରମ କରିବ। ପ୍ରଭାବର ରାଜ୍ୟର ବିଭିନ୍ନ ସ୍ଥାନରେ ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଥିବା ବେଳେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ହୀରାକୁଦରୁ ଛାଡ଼ିଲା ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ, ପ୍ରଥମ ପର୍ଯ୍ୟାୟରେ ଖୋଲିଲା ୪ଟି ଗେଟ୍

ଅନ୍ୟପଟେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବୁଧବାର ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ଅନୁଭୂତ ହୋଇଛି। ରାଜଧାନୀ ଭୁବନେଶ୍ୱର ସମେତ କଟକ ଓ ଯାଜପୁର ଆଦି ସ୍ଥାନରେ ବର୍ଷା ଅନୁଭୂତ ହୋଇଛି। ଦିନ ବେଳା ଏହି ସ୍ଥାନଗୁଡ଼ିକରେ ପାଗ ଅନୁକୂଳ ରହିଥିବା ବେଳେ ଅପରାହ୍ଣରେ ପାଗରେ ପରିବର୍ତ୍ତନ ଆସି ବର୍ଷା ହୋଇଛି। ବୁଧବାର ସକାଳ ୮ ଟାରୁ ସନ୍ଧ୍ୟା ସାଢେ଼ ୫ ଟା ମଧ୍ୟରେ ଯାଜପୁରରେ ୩୪ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ବଲାଙ୍ଗିର ୨୫, ମାଲକାନଗିରି ୨୧, କେନ୍ଦୁଝର ୧୫ ଓ ଛତ୍ରପରୁରରେ ୧୪ ମିମି ବର୍ଷା ରେକର୍ଡ କରାଯାଇଛି। ଗୁରୁବାରଠାରୁ ବର୍ଷାର ପ୍ରଭାବ ଆହୁରି ବଢ଼ିବାକୁ ଥିବାରୁ ବର୍ଷା ସମୟରେ ତଳି ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ କୃତ୍ରିମ ବନ୍ୟା, କଚ୍ଚା ରାସ୍ତା ଘର ଭାଙ୍ଗିବା ଭଳି ସ୍ଥିତି ସୃଷ୍ଟି ନେଇ ଆଶଙ୍କା କରାଯାଇଛି। ତେଣୁ ଏହି ସ୍ଥିତିର ମୁକାବିଲା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଲଘୁଚାପ ଯୋଗୁଁ ସମୁଦ୍ର ମଧ୍ୟରେ ୩୫ ରୁ ୪୫ କିଲୋମିଟର ବେଗରେ ପବନ ବହିବ। ଝଟକା ପବନର ବେଗ ଘଣ୍ଟାପ୍ରତି ୫୫ କିମି ହୋଇପାରେ। ଏହା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ୩୦ ଓ ୩୧ ରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ତାମିଲନାଡୁ ଗ୍ୟାସଲିକ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲେ ରାଜ୍ୟ ବିଜେଡି ପ୍ରତିନିଧିମଣ୍ଡଳୀ

29 Aug 2024 By The Sakala

ଆଜି ସୃଷ୍ଟି ହେବ ଆଉ ଏକ ଲଘୁଚାପ : ଉପକୂଳ, ଦକ୍ଷିଣ ଓଡ଼ିଶାରେ ଢାଳିବ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଏହି ସମୟରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ତେବେ ଗୁରୁବାର ଓ ଶୁକ୍ରବାର ବର୍ଷାର ପ୍ରଭାବ ସବୁଠୁ ଅଧିକ ଅନୁଭୂତ ହେବ। ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଶୁକ୍ରବାର ରାଜ୍ୟର କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ଅର୍ଥାତ ଗୁରୁବାର ମଧ୍ୟରେ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ଏହି ଲଘୁଚାପଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ଦୁଇ ଦିନରେ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ପ୍ରଦେଶ ମୁହାଁ ହୋଇ ସ୍ଥଳଭାଗ ଅତିକ୍ରମ କରିବ। ପ୍ରଭାବର ରାଜ୍ୟର ବିଭିନ୍ନ ସ୍ଥାନରେ ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଥିବା ବେଳେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଅନ୍ୟପଟେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବୁଧବାର ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ଅନୁଭୂତ ହୋଇଛି। ରାଜଧାନୀ ଭୁବନେଶ୍ୱର ସମେତ କଟକ ଓ ଯାଜପୁର ଆଦି ସ୍ଥାନରେ ବର୍ଷା ଅନୁଭୂତ ହୋଇଛି। ଦିନ ବେଳା ଏହି ସ୍ଥାନଗୁଡ଼ିକରେ ପାଗ ଅନୁକୂଳ ରହିଥିବା ବେଳେ ଅପରାହ୍ଣରେ ପାଗରେ ପରିବର୍ତ୍ତନ ଆସି ବର୍ଷା ହୋଇଛି। ବୁଧବାର ସକାଳ ୮ ଟାରୁ ସନ୍ଧ୍ୟା ସାଢେ଼ ୫ ଟା ମଧ୍ୟରେ ଯାଜପୁରରେ ୩୪ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ବଲାଙ୍ଗିର ୨୫, ମାଲକାନଗିରି ୨୧, କେନ୍ଦୁଝର ୧୫ ଓ ଛତ୍ରପରୁରରେ ୧୪ ମିମି ବର୍ଷା ରେକର୍ଡ କରାଯାଇଛି। ଗୁରୁବାରଠାରୁ ବର୍ଷାର ପ୍ରଭାବ ଆହୁରି ବଢ଼ିବାକୁ ଥିବାରୁ ବର୍ଷା ସମୟରେ ତଳି ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ କୃତ୍ରିମ ବନ୍ୟା, କଚ୍ଚା ରାସ୍ତା ଘର ଭାଙ୍ଗିବା ଭଳି ସ୍ଥିତି ସୃଷ୍ଟି ନେଇ ଆଶଙ୍କା କରାଯାଇଛି। ତେଣୁ ଏହି ସ୍ଥିତିର ମୁକାବିଲା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଲଘୁଚାପ ଯୋଗୁଁ ସମୁଦ୍ର ମଧ୍ୟରେ ୩୫ ରୁ ୪୫ କିଲୋମିଟର ବେଗରେ ପବନ ବହିବ। ଝଟକା ପବନର ବେଗ ଘଣ୍ଟାପ୍ରତି ୫୫ କିମି ହୋଇପାରେ। ଏହା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ୩୦ ଓ ୩୧ ରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର