ପୁଣି ଏକ ଲଘୁଚାପ ସମ୍ଭାବନା, ଆଜି ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବର୍ଷା ନେଇ ଆଲର୍ଟ ଜାରି

Deviprasad Mohanty Picture
Published On

ଭୁବନେଶ୍ୱର: ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବା ନେଇ ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ଓଡ଼ିଶା ସରକାର ଆନ୍ଧ୍ର ନିକଟରେ ଆତ୍ମସମର୍ପଣ କରିଛନ୍ତି: ବିଜେଡି

ଅନ୍ୟପକ୍ଷରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ବର୍ଷାର ପରିମାଣ କମ୍‌ ରହିଥିଲେ ହେଁ ରବିବାର ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ଆନ୍ଧ୍ରପ୍ରଦେଶ ହାତକୁ କୋଟିଆ ଟେକି ଦେବାକୁ ଚକ୍ରାନ୍ତ କରୁଛନ୍ତି ରାଜ୍ୟ ସରକାର: ବିଜେଡି

ନବରଙ୍ଗପୁର, ନୂଆପଡ଼ାରେ ପବନ ଓ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲାରେ ଝଟକା ପବନ ସହିତ ଘଡ଼ଘଡ଼ି ଓ ବର୍ଷା ହେବାର ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅର୍ଣ୍ଣବ' ପାଇଁ OCS ମୁଖ୍ୟ ପରୀକ୍ଷା ସୂଚୀରେ ପରିବର୍ତ୍ତନ: ନୂଆ ତାରିଖ ଘୋଷଣା କଲା OPSC

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର