ପୁଣି ଏକ ଲଘୁଚାପ ସମ୍ଭାବନା, ଆଜି ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବର୍ଷା ନେଇ ଆଲର୍ଟ ଜାରି

Deviprasad Mohanty Picture
Published On

ଭୁବନେଶ୍ୱର: ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବା ନେଇ ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଅନ୍ୟପକ୍ଷରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ବର୍ଷାର ପରିମାଣ କମ୍‌ ରହିଥିଲେ ହେଁ ରବିବାର ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

ନବରଙ୍ଗପୁର, ନୂଆପଡ଼ାରେ ପବନ ଓ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲାରେ ଝଟକା ପବନ ସହିତ ଘଡ଼ଘଡ଼ି ଓ ବର୍ଷା ହେବାର ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର