ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା; ଦିଲ୍ଲୀରେ ନୁହିଁ କଟକରେ ଚାଲିବ ଶୁଣାଣି

The Sakala Picture
Published On

କଟକ: ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲା ଦିଲ୍ଲୀରୁ କଟକକୁ ସ୍ଥାନାନ୍ତର ହୋଇଛି। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ପରିବର୍ତ୍ତେ ଏବେ ଏହି ମାମଲାର ଶୁଣାଣି କଟକର ଫ୍ୟାମିଲି କୋର୍ଟରେ ହେବ। ତେବେ ଆଜିର ଶୁଣାଣି ପରେ ପ୍ରତିକ୍ରିୟା ରଖିଛନ୍ତି ଅନୁଭବଙ୍କ ଓକିଲ । ସେ କହିଛନ୍ତି, ମାମଲା କଟକ ସ୍ଥାନାନ୍ତର ପାଇଁ ହୋଇଥିବା ପିଟିସନକୁ ଅନୁଭବ ବିରୋଧ କରି ନ ଥିଲେ, ବରଂ ମାମଲା କଟକ […]

କଟକ: ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲା ଦିଲ୍ଲୀରୁ କଟକକୁ ସ୍ଥାନାନ୍ତର ହୋଇଛି। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ପରିବର୍ତ୍ତେ ଏବେ ଏହି ମାମଲାର ଶୁଣାଣି କଟକର ଫ୍ୟାମିଲି କୋର୍ଟରେ ହେବ। ତେବେ ଆଜିର ଶୁଣାଣି ପରେ ପ୍ରତିକ୍ରିୟା ରଖିଛନ୍ତି ଅନୁଭବଙ୍କ ଓକିଲ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ସେ କହିଛନ୍ତି, ମାମଲା କଟକ ସ୍ଥାନାନ୍ତର ପାଇଁ ହୋଇଥିବା ପିଟିସନକୁ ଅନୁଭବ ବିରୋଧ କରି ନ ଥିଲେ, ବରଂ ମାମଲା କଟକ ସ୍ଥାନାନ୍ତର ପାଇଁ ତାଙ୍କ ପକ୍ଷରୁ ମଧ୍ୟ ଅନୁରୋଧ କରାଯାଇଥିଲା। ପରବର୍ତ୍ତୀ ତାରିଖରେ କଟକ ଫ୍ୟାମିଲି କୋର୍ଟରେ ମାମଲାର ଶୁଣାଣି ହେବ। ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ସୂଚନା ଅନୁଯାୟୀ, ପତ୍ନୀ ବର୍ଷାଙ୍କୁ ଛାଡ଼ପତ୍ର ଦେବାପାଇଁ ପ୍ରଥମେ ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଆବେଦନ କରିଥିଲେ ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତି। ଏହାପରେ ଭରଣପୋଷଣ ପାଇଁ କଟକ ଫ୍ୟାମିଲି କୋର୍ଟକୁ ଯାଇଥିଲେ ବର୍ଷା । ପରେ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ହୋଇଥିବା ମାମଲାକୁ କଟକ ଫ୍ୟାମିଲି କୋର୍ଟ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟ ଯାଇଥିଲେ ବର୍ଷା । ଆଜି ଏହି ମାମଲାର ଶୁଣାଣି କରି କଟକକୁ ମାମଲା ସ୍ଥାନାନ୍ତର କରିଛନ୍ତି ଅଦାଲତ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର