ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା; ଦିଲ୍ଲୀରେ ନୁହିଁ କଟକରେ ଚାଲିବ ଶୁଣାଣି

The Sakala Picture
Published On

କଟକ: ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲା ଦିଲ୍ଲୀରୁ କଟକକୁ ସ୍ଥାନାନ୍ତର ହୋଇଛି। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ପରିବର୍ତ୍ତେ ଏବେ ଏହି ମାମଲାର ଶୁଣାଣି କଟକର ଫ୍ୟାମିଲି କୋର୍ଟରେ ହେବ। ତେବେ ଆଜିର ଶୁଣାଣି ପରେ ପ୍ରତିକ୍ରିୟା ରଖିଛନ୍ତି ଅନୁଭବଙ୍କ ଓକିଲ । ସେ କହିଛନ୍ତି, ମାମଲା କଟକ ସ୍ଥାନାନ୍ତର ପାଇଁ ହୋଇଥିବା ପିଟିସନକୁ ଅନୁଭବ ବିରୋଧ କରି ନ ଥିଲେ, ବରଂ ମାମଲା କଟକ […]

କଟକ: ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲା ଦିଲ୍ଲୀରୁ କଟକକୁ ସ୍ଥାନାନ୍ତର ହୋଇଛି। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ପରିବର୍ତ୍ତେ ଏବେ ଏହି ମାମଲାର ଶୁଣାଣି କଟକର ଫ୍ୟାମିଲି କୋର୍ଟରେ ହେବ। ତେବେ ଆଜିର ଶୁଣାଣି ପରେ ପ୍ରତିକ୍ରିୟା ରଖିଛନ୍ତି ଅନୁଭବଙ୍କ ଓକିଲ ।

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ସେ କହିଛନ୍ତି, ମାମଲା କଟକ ସ୍ଥାନାନ୍ତର ପାଇଁ ହୋଇଥିବା ପିଟିସନକୁ ଅନୁଭବ ବିରୋଧ କରି ନ ଥିଲେ, ବରଂ ମାମଲା କଟକ ସ୍ଥାନାନ୍ତର ପାଇଁ ତାଙ୍କ ପକ୍ଷରୁ ମଧ୍ୟ ଅନୁରୋଧ କରାଯାଇଥିଲା। ପରବର୍ତ୍ତୀ ତାରିଖରେ କଟକ ଫ୍ୟାମିଲି କୋର୍ଟରେ ମାମଲାର ଶୁଣାଣି ହେବ। ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ସୂଚନା ଅନୁଯାୟୀ, ପତ୍ନୀ ବର୍ଷାଙ୍କୁ ଛାଡ଼ପତ୍ର ଦେବାପାଇଁ ପ୍ରଥମେ ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଆବେଦନ କରିଥିଲେ ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତି। ଏହାପରେ ଭରଣପୋଷଣ ପାଇଁ କଟକ ଫ୍ୟାମିଲି କୋର୍ଟକୁ ଯାଇଥିଲେ ବର୍ଷା । ପରେ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ହୋଇଥିବା ମାମଲାକୁ କଟକ ଫ୍ୟାମିଲି କୋର୍ଟ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟ ଯାଇଥିଲେ ବର୍ଷା । ଆଜି ଏହି ମାମଲାର ଶୁଣାଣି କରି କଟକକୁ ମାମଲା ସ୍ଥାନାନ୍ତର କରିଛନ୍ତି ଅଦାଲତ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବଡ଼ ପ୍ରସ୍ତୁତି, ମୁତୟନ ହେବେ ୨୦୫ ଟିମ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର