ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଜାରି: ବିଦାହେଲେ ଆଉ ୬ ଅଧିକାରୀ

The Sakala Picture
Published On

ଭୁବନେଶ୍ୱର: ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇ ଆସିଛନ୍ତି । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ […]

ଭୁବନେଶ୍ୱର: ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇ ଆସିଛନ୍ତି । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀଙ୍କ ମଧ୍ୟରେ ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ ଏକଜିକ୍ୟୁଟିଭ୍ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷା ଅଧିକାରୀ ରହିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଏହି ୬ ଜଣଙ୍କ ମଧ୍ୟରୁ ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ସୁନିଲ୍ କୁମାର ପଣ୍ଡାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଅଛି । ତାଙ୍କ ପାଖରେ ୩.୨୬ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ ମଧ୍ୟ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ୍ ଡିଭିଜନର ଏକ୍‌ଜିକ୍ୟୁଟିଭ୍ ଇଞ୍ଜିନିୟର ଜଗନ୍ନାଥ ସେଠୀଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଥିଲା । ତାଙ୍କ ପାଖରେ ୭.୬୩ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିଲା ଏବଂ ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଭୁବନେଶ୍ୱରର ଏକଜିକ୍ୟୁଟିଭ୍ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ଦୀପକ କୁମାର ଭୁୟାଁଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲା ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଭୁବନେଶ୍ୱରର ଏକଜିକ୍ୟୁଟିଭ୍ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ପ୍ରଶାନ୍ତ କୁମାର ମିଶ୍ରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡ଼ା ଜିଲ୍ଲା ଗୁଣୁପୁରସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଅନ୍ତର୍ୟ୍ୟାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଅଛି । ସେ ୧୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ । ତାଙ୍କୁ ୨୦୨୨ ମାର୍ଚ୍ଚ ୨ ତାରିଖ ଦିନ ଗିରଫ କରାଯାଇ ତା ପରଦିନ କୋର୍ଟକୁ ପଠା ଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଗଜପତି ଜିଲ୍ଲାର ନୂଆଗଡ଼ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ଅଫିସ ଭିତରେ ୩୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡ଼ିଥିଲେ । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ବା ପେନସନ ବନ୍ଦ କରାଯାଇଛି ।

23 Mar 2022 By The Sakala

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଜାରି: ବିଦାହେଲେ ଆଉ ୬ ଅଧିକାରୀ

ଭୁବନେଶ୍ୱର: ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇ ଆସିଛନ୍ତି । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀଙ୍କ ମଧ୍ୟରେ ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ ଏକଜିକ୍ୟୁଟିଭ୍ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷା ଅଧିକାରୀ ରହିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଏହି ୬ ଜଣଙ୍କ ମଧ୍ୟରୁ ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ସୁନିଲ୍ କୁମାର ପଣ୍ଡାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଅଛି । ତାଙ୍କ ପାଖରେ ୩.୨୬ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ ମଧ୍ୟ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ୍ ଡିଭିଜନର ଏକ୍‌ଜିକ୍ୟୁଟିଭ୍ ଇଞ୍ଜିନିୟର ଜଗନ୍ନାଥ ସେଠୀଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଥିଲା । ତାଙ୍କ ପାଖରେ ୭.୬୩ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିଲା ଏବଂ ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଭୁବନେଶ୍ୱରର ଏକଜିକ୍ୟୁଟିଭ୍ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ଦୀପକ କୁମାର ଭୁୟାଁଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲା ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଭୁବନେଶ୍ୱରର ଏକଜିକ୍ୟୁଟିଭ୍ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ପ୍ରଶାନ୍ତ କୁମାର ମିଶ୍ରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡ଼ା ଜିଲ୍ଲା ଗୁଣୁପୁରସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଅନ୍ତର୍ୟ୍ୟାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଅଛି । ସେ ୧୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ । ତାଙ୍କୁ ୨୦୨୨ ମାର୍ଚ୍ଚ ୨ ତାରିଖ ଦିନ ଗିରଫ କରାଯାଇ ତା ପରଦିନ କୋର୍ଟକୁ ପଠା ଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଗଜପତି ଜିଲ୍ଲାର ନୂଆଗଡ଼ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ଅଫିସ ଭିତରେ ୩୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡ଼ିଥିଲେ । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ବା ପେନସନ ବନ୍ଦ କରାଯାଇଛି ।

https://www.thesakala.in/latest-odisha-news/6-more-officers-were-given-compulsory-retirement/article-10183
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର