ଚଳିତ ବର୍ଷ ଆଡ଼ମ୍ବରରେ ପାଳନ ହେବ ଉତ୍କଳ ଦିବସ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୧ ତାରିଖ ଓଡ଼ିଶା ଦିବସକୁ ରାଜ୍ୟରେ ଆକର୍ଷଣୀୟ ଭାବରେ ପାଳନ ନିମନ୍ତେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ଦିନ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସାଧାରଣ ସଭା ତଥା ମୁଖ୍ୟ ଉତ୍ସବ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ । ମୁଖ୍ୟ ଅତିଥ୍‌ ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଆଭାସୀ ପ୍ଲାଟଫର୍ମରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ। ବାଚସ୍ପତି ଡଃ ସୂର୍ଯ୍ୟନାରାୟଣ ପାତ୍ରଙ୍କ ସଭାପତିତ୍ବରେ […]

ଭୁବନେଶ୍ୱର: ଆସନ୍ତା ୧ ତାରିଖ ଓଡ଼ିଶା ଦିବସକୁ ରାଜ୍ୟରେ ଆକର୍ଷଣୀୟ ଭାବରେ ପାଳନ ନିମନ୍ତେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ଦିନ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସାଧାରଣ ସଭା ତଥା ମୁଖ୍ୟ ଉତ୍ସବ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ । ମୁଖ୍ୟ ଅତିଥ୍‌ ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଆଭାସୀ ପ୍ଲାଟଫର୍ମରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ। ବାଚସ୍ପତି ଡଃ ସୂର୍ଯ୍ୟନାରାୟଣ ପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ସମ୍ମାନିତ ଅତିଥ୍‌ଭାବେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେବେ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

କାର୍ଯ୍ୟକ୍ରମରେ ଚିକିତ୍ସା ସେବା କ୍ଷେତ୍ରରେ ୧୦ଜଣ କୋଭିଡ଼ ଯୋଦ୍ଧାଙ୍କୁ ରାଜ୍ୟସ୍ତରରେ ସମ୍ବର୍ଦ୍ଧିତ କରାଯିବ। ଏହି ଅବସରରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସମ୍ପର୍କିତ ଫଟୋଚିତ୍ର ପ୍ରଦର୍ଶନୀ ଏବଂ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ସ୍ଥପତି ପଦ୍ମଶ୍ରୀ ସୁଦର୍ଶନପଟ୍ଟନାୟକଙ୍କ ଦ୍ବାରା ପ୍ରଦର୍ଶିତ ବାଲୁକା କଳାକୃତିକୁ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଉଦ୍‌ଘାଟନ କରିବେ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜିଲ୍ଲାସ୍ତରରେ ନବ ନିର୍ବାଚିତ ଜିଲ୍ଲା ପରିଷଦ ସଭାପତିମାନେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। କୋଲକାତାରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ଦିବସ ଉତ୍ସବରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଯୋଗଦେବାକୁ ଥିବାବେଳେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ପ୍ରମୁଖ ଆବାସିକ ଆୟୁକ୍ତ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ବୈଠକରେ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇ ଉପଖଣ୍ଡସ୍ତରୀୟ ଜିଲ୍ଲାସ୍ତରୀୟ ଓ ରାଜ୍ୟସ୍ତରୀୟ ଉତ୍ସବକୁ ସମ୍ବନ୍ଧିତ କରି ସନ୍ଧ୍ୟାରେ ସାଧାରଣ ସଭା ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ ଓ ସଭାପରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ନେଇ ସମସ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ସହ ଆଲୋଚନା କରି ଆବଶ୍ୟକୀୟ ନିର୍ଦ୍ଦେଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

30 Mar 2022 By The Sakala

ଚଳିତ ବର୍ଷ ଆଡ଼ମ୍ବରରେ ପାଳନ ହେବ ଉତ୍କଳ ଦିବସ

ଭୁବନେଶ୍ୱର: ଆସନ୍ତା ୧ ତାରିଖ ଓଡ଼ିଶା ଦିବସକୁ ରାଜ୍ୟରେ ଆକର୍ଷଣୀୟ ଭାବରେ ପାଳନ ନିମନ୍ତେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ଦିନ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସାଧାରଣ ସଭା ତଥା ମୁଖ୍ୟ ଉତ୍ସବ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ । ମୁଖ୍ୟ ଅତିଥ୍‌ ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଆଭାସୀ ପ୍ଲାଟଫର୍ମରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ। ବାଚସ୍ପତି ଡଃ ସୂର୍ଯ୍ୟନାରାୟଣ ପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ସମ୍ମାନିତ ଅତିଥ୍‌ଭାବେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେବେ।

କାର୍ଯ୍ୟକ୍ରମରେ ଚିକିତ୍ସା ସେବା କ୍ଷେତ୍ରରେ ୧୦ଜଣ କୋଭିଡ଼ ଯୋଦ୍ଧାଙ୍କୁ ରାଜ୍ୟସ୍ତରରେ ସମ୍ବର୍ଦ୍ଧିତ କରାଯିବ। ଏହି ଅବସରରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସମ୍ପର୍କିତ ଫଟୋଚିତ୍ର ପ୍ରଦର୍ଶନୀ ଏବଂ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ସ୍ଥପତି ପଦ୍ମଶ୍ରୀ ସୁଦର୍ଶନପଟ୍ଟନାୟକଙ୍କ ଦ୍ବାରା ପ୍ରଦର୍ଶିତ ବାଲୁକା କଳାକୃତିକୁ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଉଦ୍‌ଘାଟନ କରିବେ।

ଜିଲ୍ଲାସ୍ତରରେ ନବ ନିର୍ବାଚିତ ଜିଲ୍ଲା ପରିଷଦ ସଭାପତିମାନେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। କୋଲକାତାରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ଦିବସ ଉତ୍ସବରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଯୋଗଦେବାକୁ ଥିବାବେଳେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ପ୍ରମୁଖ ଆବାସିକ ଆୟୁକ୍ତ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ବୈଠକରେ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇ ଉପଖଣ୍ଡସ୍ତରୀୟ ଜିଲ୍ଲାସ୍ତରୀୟ ଓ ରାଜ୍ୟସ୍ତରୀୟ ଉତ୍ସବକୁ ସମ୍ବନ୍ଧିତ କରି ସନ୍ଧ୍ୟାରେ ସାଧାରଣ ସଭା ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ ଓ ସଭାପରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ନେଇ ସମସ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ସହ ଆଲୋଚନା କରି ଆବଶ୍ୟକୀୟ ନିର୍ଦ୍ଦେଶ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର