ଆସୁଛି ଲଘୁଚାପ: ଖରାରୁ ମିଳିବ ଆଶ୍ବସ୍ତି

The Sakala Picture
Published On

ଭୁବନଶ୍ୱର: ଆସୁଛି ଏକ ଲଘୁଚାପ । ୬ ଏପ୍ରିଲ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ତାତି କମିବା ସମ୍ଭାବନା ରହିଛି । ଏପଟେ ରାଜ୍ୟରେ ଶୁଖିଲା ପାଗ ସାଙ୍ଗକୁ ବଢୁଛି ତାପମାତ୍ରା । ଆଭ୍ୟନ୍ତରୀଣ ଓଡ଼ିଶାରେ […]

ଭୁବନଶ୍ୱର: ଆସୁଛି ଏକ ଲଘୁଚାପ । ୬ ଏପ୍ରିଲ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ତାତି କମିବା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଏକଲବ୍ୟ ବିଦ୍ୟାଳୟରେ ଅବ୍ୟବସ୍ଥା: ରାଜରାସ୍ତାରେ ୫୦୦ ଛାତ୍ରଛାତ୍ରୀ, ୪୯ ନଂ ଜାତୀୟ ରାଜପଥ ଅବରୋଧ

ଏପଟେ ରାଜ୍ୟରେ ଶୁଖିଲା ପାଗ ସାଙ୍ଗକୁ ବଢୁଛି ତାପମାତ୍ରା । ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୪ ଉପରେ ରହୁଛି ତାପମାତ୍ରା । ଆଗମୀ ୩ରୁ ୪ ଦିନ ପର୍ଯ୍ଯନ୍ତ ଦିନ ତାପମାତ୍ରାରେ ବିଶେଷ ପରିବରିବର୍ତ୍ତନ ହେବାର ସମ୍ଭାବନାର ନାହିଁ । ଉପକୂଳ ଓଡ଼ିଶାରେ ସାମୁଦ୍ରିକ ବାୟୁର ପ୍ରଭାବ ହେତୁ ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିଛି ।

ଆହୁରି ପଢ଼ନ୍ତୁ: ଉମରକୋଟ କଲେଜରେ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ହିଂସା: ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କୁ ଛୁରାମାଡ଼

ଆଗାମୀ ୨ ଦିନ ପର୍ଯ୍ଯନ୍ତ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଦକ୍ଷିଣ ଓଡ଼ିଶାର କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ କିଛି ଅଞ୍ଚଳରେ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ବିଜେଡିର ଜନସମ୍ପର୍କ ପଦଯାତ୍ରାରେ ଡବଲ୍ ଇଞ୍ଜିନ ସରକାରକୁ ନବୀନଙ୍କ ଟାର୍ଗେଟ୍; 'ଚାଷୀ, ମହିଳା, ମଧ୍ୟବିତ୍ତ, ଗରିବ, ସମସ୍ତେ ହଇରାଣ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର