ପ୍ରଚଣ୍ଡ ତାତିରେ ଛଟପଟ ପଶ୍ଚିମ ଓଡ଼ିଶା, ୪୨ ଡିଗ୍ରୀ ଉପରେ ରାଜ୍ୟର ୩ ଜିଲ୍ଲା

The Sakala Picture
Published On

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିଛି। କ୍ରମାଗତ ଭାବେ ଏହି ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ସୋମବାର ୮ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରହିଛି। ବଲାଙ୍ଗୀର ୪୨.୬ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହରରେ ପରିଣତ ହୋଇଥିବା ବେଳେ ଟିଟିଲାଗଡ଼ ୪୨.୫ ଓ ବୌଦ୍ଧରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁଛି। ସେହିପରି ବାକି ୫ ଟି ସ୍ଥାନରେ […]

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିଛି। କ୍ରମାଗତ ଭାବେ ଏହି ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ସୋମବାର ୮ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରହିଛି। ବଲାଙ୍ଗୀର ୪୨.୬ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହରରେ ପରିଣତ ହୋଇଥିବା ବେଳେ ଟିଟିଲାଗଡ଼ ୪୨.୫ ଓ ବୌଦ୍ଧରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁଛି। ସେହିପରି ବାକି ୫ ଟି ସ୍ଥାନରେ ମଧ୍ୟ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ତାପମାତ୍ରା ବୃଦ୍ଧି ସାଙ୍ଗକୁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ମଧ୍ୟ ଆଶଙ୍କା ରହିଛି। ମଙ୍ଗଳବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼଼ା, ଗଜପତି, ମୟୂରଭଞ୍ଜ, ବାଲେଶ୍ୱର ଆଦିରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

05 Apr 2022 By The Sakala

ପ୍ରଚଣ୍ଡ ତାତିରେ ଛଟପଟ ପଶ୍ଚିମ ଓଡ଼ିଶା, ୪୨ ଡିଗ୍ରୀ ଉପରେ ରାଜ୍ୟର ୩ ଜିଲ୍ଲା

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିଛି। କ୍ରମାଗତ ଭାବେ ଏହି ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ସୋମବାର ୮ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରହିଛି। ବଲାଙ୍ଗୀର ୪୨.୬ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହରରେ ପରିଣତ ହୋଇଥିବା ବେଳେ ଟିଟିଲାଗଡ଼ ୪୨.୫ ଓ ବୌଦ୍ଧରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁଛି। ସେହିପରି ବାକି ୫ ଟି ସ୍ଥାନରେ ମଧ୍ୟ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ତାପମାତ୍ରା ବୃଦ୍ଧି ସାଙ୍ଗକୁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ମଧ୍ୟ ଆଶଙ୍କା ରହିଛି। ମଙ୍ଗଳବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼଼ା, ଗଜପତି, ମୟୂରଭଞ୍ଜ, ବାଲେଶ୍ୱର ଆଦିରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର