ଆଜି ରାଜ୍ଯର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ୪୦ରୁ ୫୦ କିମି ବେଗରେ ପବନ ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ବୁଧବାର ରାଜ୍ୟର ୬ ସ୍ଥାନରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ୱା ତାଠାରୁ ଅଧିକ ରେକର୍ଡ କରାଯାଇଛି। ୪୪.୫ ଡିଗ୍ରୀ ସହ କ୍ରମାଗତ ଭାବେ ସୋନପୁର ରାଜ୍ୟର ଉତ୍ତପ୍ତ ସହର ସାଜିଥିବା ବେଳେ ୧୯ ଟି ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି। ବଲାଙ୍ଗୀରରେ ତାପମାତ୍ରା ୪୪ ଡିଗ୍ରୀ ରହିଥିବା ବେଳେ ଝାରସୁଗୁଡ଼ା, ସୁନ୍ଦରଗଡ଼଼, ଟିଟଲାଗଡ଼଼ ଓ ବୌଦ୍ଧରେ ତାପମାତ୍ରା ୪୩ ଡିଗ୍ରୀ ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ […]

ଭୁବନେଶ୍ୱର: ବୁଧବାର ରାଜ୍ୟର ୬ ସ୍ଥାନରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ୱା ତାଠାରୁ ଅଧିକ ରେକର୍ଡ କରାଯାଇଛି। ୪୪.୫ ଡିଗ୍ରୀ ସହ କ୍ରମାଗତ ଭାବେ ସୋନପୁର ରାଜ୍ୟର ଉତ୍ତପ୍ତ ସହର ସାଜିଥିବା ବେଳେ ୧୯ ଟି ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି। ବଲାଙ୍ଗୀରରେ ତାପମାତ୍ରା ୪୪ ଡିଗ୍ରୀ ରହିଥିବା ବେଳେ ଝାରସୁଗୁଡ଼ା, ସୁନ୍ଦରଗଡ଼଼, ଟିଟଲାଗଡ଼଼ ଓ ବୌଦ୍ଧରେ ତାପମାତ୍ରା ୪୩ ଡିଗ୍ରୀ ରହିଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ଅନ୍ୟପଟେ କାଳବୈଶାଖୀ ପ୍ରଭାବରେ ପରବର୍ତ୍ତୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ଯାଏଁ ତାପମାତ୍ରା କିଛି ସ୍ଥାନରେ ତଳକୁ ଖସିବାର ସମ୍ଭାବନା ରହିଛି। ମାତ୍ର ପରବର୍ତ୍ତୀ ୨ ଦିନ ମଧ୍ୟରେ ପୁଣି ଥରେ ୨ ରୁ ୩ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଯାହାଦ୍ୱାରା ବର୍ତ୍ତମାନ ତାପମାତ୍ରା ଜନିତ କଷ୍ଟରୁ ମୁକ୍ତି ମିଳିବାର ସମ୍ଭାବନା ବହୁତ କମ ଥିବା ଜଣାପଡ଼ିଛି। ତାପମାତ୍ର ବୃଦ୍ଧି ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିବା ସହ ଅନେକ ସ୍ଥାନରେ ଏହା ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ତାପମାତ୍ରାର ସର୍ବାଧିକ ପ୍ରଭାବ ଦିନ ୧୧ ଟାରୁ ୩ ଟା ପର୍ଯ୍ୟନ୍ତ ରହୁଥିବାରୁ ଏହି ସମୟ ମଧ୍ୟରେ ବାହାରକୁ ଗଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଅନ୍ୟପଟେ ତାପମାତ୍ରା ବୃଦ୍ଧି ସହିତ ଆସନ୍ତା ୨ ଦିନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀଜନିତ ସ୍ଥିତି ଦେଖାଯିବ ବୋଲି ପାଣିପାଗ କେନ୍ଦ୍ର କହିଛି। ଗୁୁରୁବାର ଏହାର ସର୍ବାଧିକ ପ୍ରଭାବ ଦେଖାଯିବାର ଆଶଙ୍କା ଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ପବନର ବେଗ ବୃଦ୍ଧି ହୋଇ ୪୦-୫୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼଼ା, ନବରଙ୍ଗପୁର, କଳାହାଣ୍ଡି, ନୟାଗଡ଼଼, କଟକ ଓ ଅନୁଗୁଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ କାଳବୈଶାଖୀ ଜନିତ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର