୨୮ଟି ସ୍ଥାୟୀ ପୁଲିସ ଆଉଟପୋଷ୍ଟ ପାଇଁ ୧୯୬ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୁଲିସରେ ୨୮ଟି ସ୍ଥାୟୀ ପୁଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍‌ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୁଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ (By way of Redistribution) ଦ୍ବାରା ଏହି ପଦବୀ ଗୁଡିକ ସୃଷ୍ଟି କରାଯାଇଛି। ଏହାଦ୍ବାରା ସମୁଦାୟ ୧୯୬ଟି ନୂତନ ପଦବୀ ସୃଷ୍ଟି ହୋଇଛି। ଏହି ନୂତନ ଅଧିକାରୀ ଓ କର୍ମଚାରୀମାନେ ରାଜ୍ୟରେ ୨୮ଟି ସ୍ଥାୟୀ ପୁଲିସ ଆଉଟପୋଷ୍ଟରେ ନିଯୁକ୍ତ ହେବେ। ପ୍ରତ୍ୟେକ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୁଲିସରେ ୨୮ଟି ସ୍ଥାୟୀ ପୁଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍‌ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୁଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ (By way of Redistribution) ଦ୍ବାରା ଏହି ପଦବୀ ଗୁଡିକ ସୃଷ୍ଟି କରାଯାଇଛି। ଏହାଦ୍ବାରା ସମୁଦାୟ ୧୯୬ଟି ନୂତନ ପଦବୀ ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ଏହି ନୂତନ ଅଧିକାରୀ ଓ କର୍ମଚାରୀମାନେ ରାଜ୍ୟରେ ୨୮ଟି ସ୍ଥାୟୀ ପୁଲିସ ଆଉଟପୋଷ୍ଟରେ ନିଯୁକ୍ତ ହେବେ। ପ୍ରତ୍ୟେକ ଆଉଟପୋଷ୍ଟରେ ଜଣେ ଲେଖାଏ ସବ୍‌ଇନିସ୍‌ପେକ୍ଟର ଓ ୬ ଜଣ ଲେଖାଏ କନେଷ୍ଟବଳ ନିୟୋଜିତ ହେବେ। ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ବିଭିନ୍ନ ଅପରାଧୀକ ଅନୁସଂଧାନ କ୍ଷେତ୍ରରେ ସେମାନେ ଦାୟିତ୍ବ ନିର୍ବାହ କରିବେ। ଏହାଦ୍ବାରା ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବାସ୍ଥା ଅଧିକ ଦୃଢ ହୋଇପାରିବ। ଏହି ନୂତନ ପଦବୀ ଗୁଡିକ ରାଜ୍ୟ ସରକାରଙ୍କ ORV Act ସମେତ ନିଯୁକ୍ତି ନିୟମାବଳୀର ସମସ୍ତ ବ୍ୟବସ୍ଥା ଅନୁଯାୟୀ ପୂରଣ କରାଯିବ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର