ଆସୁଛି ବାତ୍ୟା ‘ଆସନୀ’: ଓଡ଼ିଶା ପ୍ରତି ଆଶଙ୍କା ଅଧିକ

The Sakala Picture
Published On

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବାତ୍ୟା ‘ଅସନୀ’କୁ ନେଇ ଆଶଙ୍କା କ୍ରମଶଃ ଦୃଢ଼ୀଭୂତ ହେବାରେ ଲାଗିଛି । ଆସନ୍ତା ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୬ ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ବାତ୍ୟା […]

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବାତ୍ୟା ‘ଅସନୀ’କୁ ନେଇ ଆଶଙ୍କା କ୍ରମଶଃ ଦୃଢ଼ୀଭୂତ ହେବାରେ ଲାଗିଛି । ଆସନ୍ତା ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୬ ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏପରିକି ଆସନ୍ତା ୧୦ ତାରିଖ ବେଳକୁ ସମ୍ଭାବ୍ୟ ବାତ୍ୟା ‘ଅସନୀ’ ଲ୍ୟାଣ୍ଡଫଲ୍ କରିପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ପୂର୍ବାନୁମାନ କରିଛନ୍ତି। ତେବେ ଆସନ୍ତା ୬ ତାରିଖ ପରେ ଏନେଇ ଚିତ୍ର ଅଧିକ ସ୍ପଷ୍ଟ ହେବ ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ଏନେଇ ଆଇଏମଡି ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଅଧିକ ସୂଚନା ଦେଇ କହିଛନ୍ତି ଯେ, ମଇ ମାସରେ ସାଧାରଣତଃ କୌଣସି ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲେ ଏହା ଅଧିକ ତୀବ୍ରତର ହେବାର ସମ୍ଭାବନା ରହିଥାଏ । ବର୍ତ୍ତମାନସମ୍ଭାବ୍ୟ ବାତ୍ୟା ନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ପୂର୍ବାନୁମାନ କରାଯାଇ ନାହିଁ । ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଏହାର ଗତିପଥ ଏବଂ ତୀବ୍ରତା ନେଇ ଅଧିକ ସୂଚନା ଦିଆଯିବ ବୋଲି ଡ ମହାପାତ୍ର କହିଛନ୍ତି। ଅନ୍ୟପଟରେ ବରିଷ୍ଠ ପାଣିପାଗ ବିଜ୍ଞାନୀ ଡ. ଶରତ ସାହୁ କହିଛନ୍ତି ଯେ ପ୍ରାଥମିକ ଆକଳନ ଅନୁଯାୟୀ ଆସନ୍ତା ୬ ତାରିଖରୁ ଏହି ସିଷ୍ଟମଟି ଆଣ୍ଡାମାନ ଉପକୂଳରୁ କ୍ରମଶଃ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଏହାର ଦୂରତା ଏବଂ ଗତିର ତୀବ୍ରତାକୁ ଅନୁଶୀଳନ କଲେ ଏହା ଉପକୂଳ ଛୁଇଁବାକୁ ବେଶି ସମୟ ନେଇ ନ ପାରେ ଏବଂ ବେଶି ଘନୀଭୂତ ହୋଇନପାରେ। ଫଳରେ ଏହା ସାଇକ୍ଲୋନିକ ଷ୍ଟର୍ମ ନହଲେ ଅତି ବେଶୀରେ ସିଭିୟର ସାଲକ୍ଟ୍ରୋନିକ ଷ୍ଟର୍ମର ରୂପ ନେବ। ଯାହାଫଳରେ ସମ୍ଭାବ୍ୟ ବାତ୍ୟାରେ ପବନର ବେଗ ଘଣ୍ଟା ପ୍ରତି୧୦୦ କିଲୋମିଟର ରହିପାରେ ବୋଲି ଡ. ସାହୁ କହିଛନ୍ତି। ତେବେ ସିଷ୍ଟମକୁ ଘନୀଭୂତ ହେବାକୁ ଅନୁକୂଳ ବାତାବରଣ ରହୁଛି । ତେବେ ସମ୍ଭାବ୍ୟ ବାତ୍ୟାଟି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ, ଓଡ଼ିଶା କିମ୍ବା ପଶ୍ଚିମବଙ୍ଗରେ ଲ୍ୟାଣ୍ଡଫଲ୍ କରିପାରେ। ତେବେ ଓଡ଼ିଶା ପ୍ରତି ଅଧିକ ଆଶଙ୍କା ରହୁଛି ବୋଲି ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର