ବିଡିଓଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେ ବିଜେପି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ

The Sakala Picture
Published On

ଭୁବନେଶ୍ୱର: ଦେବଗଡ଼ ଜିଲ୍ଲା ତିଳେଇବଣିରେ ବିଡିଓଙ୍କୁ ଆକ୍ରମଣ ଘଟଣାରେ ବିଜେପି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଗିରଫ ହୋଇଛନ୍ତି। ବିଜେପି ବିଧାୟକଙ୍କ ସହ ତାଙ୍କର ୩ ଜଣ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ପୁଲିସ। ଭୁବନେଶ୍ୱରରୁ ଗିରଫ କରିଛି ଦେବଗଡ଼ ପୁଲିସର ସ୍ୱତନ୍ତ୍ର ଟିମ୍ । ସୂଚନା ଅନୁଯାଯୀ, ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଦେବଗଡ଼ ଜିଲ୍ଲା ତିଳେଇବଣି ବିଡିଓଙ୍କୁ ଆକ୍ରମଣ କରିଥିଲେ । ବିଡିଓ ଫିଲ୍ଡ ଭିଜିଟ କରିବାକୁ ଯାଇଥିବାବେଳେ ଆକ୍ରମଣ କରିଥିଲେ ବିଧାୟକ। ସେହି […]

ଭୁବନେଶ୍ୱର: ଦେବଗଡ଼ ଜିଲ୍ଲା ତିଳେଇବଣିରେ ବିଡିଓଙ୍କୁ ଆକ୍ରମଣ ଘଟଣାରେ ବିଜେପି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଗିରଫ ହୋଇଛନ୍ତି। ବିଜେପି ବିଧାୟକଙ୍କ ସହ ତାଙ୍କର ୩ ଜଣ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ପୁଲିସ। ଭୁବନେଶ୍ୱରରୁ ଗିରଫ କରିଛି ଦେବଗଡ଼ ପୁଲିସର ସ୍ୱତନ୍ତ୍ର ଟିମ୍ ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ସୂଚନା ଅନୁଯାଯୀ, ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଦେବଗଡ଼ ଜିଲ୍ଲା ତିଳେଇବଣି ବିଡିଓଙ୍କୁ ଆକ୍ରମଣ କରିଥିଲେ । ବିଡିଓ ଫିଲ୍ଡ ଭିଜିଟ କରିବାକୁ ଯାଇଥିବାବେଳେ ଆକ୍ରମଣ କରିଥିଲେ ବିଧାୟକ। ସେହି ସମୟରେ ବିଡିଓଙ୍କ ସହ ତହସିଲଦାର ଓ ଜିଆରଏସ୍ ଉପସ୍ଥିତ ଥିଲେ। ଭାଲିଆଗୁଡ଼ି ଗାଁରେ ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ବିଜେପି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ସହ ତାଙ୍କ ସହଯୋଗୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା । ୧୦ରୁ ଅଧିକ ବିଜେପି କର୍ମୀଙ୍କ ଆକ୍ରମଣରେ ବିଡିଓ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ପ୍ରାଥମିକ ଚିକିତ୍ସା ପରେ ବିଡିଓ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେବା ସହିତ ଥାନାରେ ଏନେଇ ଅଭିଯୋଗ କରିଥିଲେ । ଆକ୍ରମଣକୁ ନିନ୍ଦା କରିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନନେଲେ ଆନ୍ଦୋଳନ ପାଇଁ ଜିଲ୍ଲା ଓଏଏସ ସଂଘ ଚେତାବନୀ ଦେଇଥିଲା । ବିଜେପି ବିଧାୟକଙ୍କ ଏଭଳି ଗୁଣ୍ଡାଗିରିକୁ ସବୁଠି ନିନ୍ଦା କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର