ପ୍ରସ୍ତୁତ ରଖ ବାତ୍ୟା ଆଶ୍ରୟସ୍ଥଳୀ, ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ରହିବାକୁ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କୁ ରାଜସ୍ବମନ୍ତ୍ରୀ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାଯୋଗୁଁ ଦକ୍ଷିଣ ଆଣ୍ଡାମାନ ସାଗର ଅଶାନ୍ତ ହେଉଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ରୂପ ନେବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ବର୍ତ୍ତମାନର ପାରିପାର୍ଶ୍ବିକ ସ୍ଥିତି ଅନୁକୂଳ ଥିବାରୁ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ […]

ଭୁବନେଶ୍ବର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାଯୋଗୁଁ ଦକ୍ଷିଣ ଆଣ୍ଡାମାନ ସାଗର ଅଶାନ୍ତ ହେଉଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ରୂପ ନେବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ବର୍ତ୍ତମାନର ପାରିପାର୍ଶ୍ବିକ ସ୍ଥିତି ଅନୁକୂଳ ଥିବାରୁ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇପାରେ ।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ତେବେ ଏହି ଲଘୁଚାପ ବାତ୍ୟାର ରୂପ ନେବ ବୋଲି ଆଶଙ୍କା କରାଯାଇଛି। ଆସନ୍ତାକାଲି ସ୍ପଷ୍ଟ ହେବ ବାତ୍ୟା ଚିତ୍ର। ବାତ୍ୟା ହେବ କି ନାହିଁ କାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ଭାବେ ଜଣାପଡ଼ିବ। ତେବେ ଏହାରି ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ନେଇ ତା ପୂର୍ବରୁ ପୁରା ସଜାଗ ହୋଇପଡିଛନ୍ତି ରାଜ୍ୟ ସରକାର।ହି ପ୍ରରିପେକ୍ଷୀରେ ରାଜ୍ୟର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଖାସ୍‌ କରି ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ସମ୍ଭାବ୍ୟ ବାତ୍ୟାକୁ ନେଇ ଏଯାବତ କୌଣସି ସ୍ପଷ୍ଟ ଚିତ୍ର ମିଳିନଥିଲେ ମଧ୍ୟ ଜିଲ୍ଲାପାଳମାନଙ୍କୁ ଆଗୁଆ ନିର୍ଦ୍ଦେଶ ଦିଆଯିବା ସହ ତୃଣମୂଳ ସ୍ତରରେ ସମସ୍ତ ପ୍ରସ୍ତୁତି କରାଯାଇଛି ବୋଲି ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି। ସେ କହିଛନ୍ତି, ରାଜ୍ୟର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ କୁହାଯାଇଛି।ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ କୁହାଯାଇଛି ।ଏପିରିକି ଭାଙ୍ଗିଯାଇଥିବା ଘର ଓ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକୁ ଖାସ୍‌ ନଜର ରଖିବାକୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ସେହିପରି ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜସ୍ବମନ୍ତ୍ରୀଙ୍କ କହିଛନ୍ତି ଯେ, ବାତ୍ୟା ପାଇଁ ସରକାର ସବୁବେଳେ ପ୍ରସ୍ତୁତ। ପ୍ରାକୃତିକ ବିପର୍ଯ୍ୟୟକୁ ସଫଳତାର ସହ ମୁକାବିଲା କରୁଛି ଓଡିଶା। ସବୁ ପ୍ରାକୃତିକ ବିପର୍ଯ୍ୟୟକୁ ରାଜ୍ୟ ସରକାର ଗୁରୁତର ସହ ନେଇଛନ୍ତି। ଏବେ ବାତ୍ୟାକୁ ନେଇ ସ୍ପଷ୍ଟ ଚିତ୍ର ନାହିଁ। ତାହା ସତ୍ବେ ବି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ତୃଣମୂଳ ସ୍ତରରେ ପ୍ରସ୍ତୁତି କରାଯାଇଛି। ତୃଣମୂଳ ସ୍ତରରେ ଯାହା ପ୍ରସ୍ତୁତ ହେବା କଥା ହୋଇଛି। ପାଣିପାଗ ବିଭାଗ ସମ୍ପୁର୍ଣ୍ଣ ବାତ୍ୟାର ଦିଗ ସହ ଲ୍ୟାଣ୍ଡଫଲ ସମୟ , ବର୍ଷା, ପବନର ପ୍ରଭାବ ଉପରେ ସଠିକ ତଥ୍ୟ ଦେବ ତାପରେ ପ୍ରସ୍ତୁତକୁ ଆହୁରି ଜୋରଦାର କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର