ମନୋରଞ୍ଜନ
ଓଡ଼ିଶା
ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର : ଆଜି ଉତ୍କଳ ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷାଭିତ୍ତିରେ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା। ଆଜି ଓଡ଼ିଆ ତଥା ଓଡ଼ିଶାବାସୀଙ୍କ ଲାଗି ଏକ ଗର୍ବ କରିବାର ଦିନ। ଯେଉଁମାନଙ୍କର ଅଦମ୍ୟ ସାଧନା, ପ୍ରଚେଷ୍ଟା ଲାଗି ଓଡ଼ିଶା ଭାଷାଭିତ୍ତିରେ ସ୍ୱତନ୍ତ୍ର ପରିଚୟ ପାଇପାରିଛି ସେମାନଙ୍କୁ ଆଜି ସମସ୍ତେ ମନେପକାଉଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଜ୍ୟବାସୀଙ୍କୁ #ଓଡ଼ିଶାଦିବସ […]
ଭୁବନେଶ୍ବର : ଆଜି ଉତ୍କଳ ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷାଭିତ୍ତିରେ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା। ଆଜି ଓଡ଼ିଆ ତଥା ଓଡ଼ିଶାବାସୀଙ୍କ ଲାଗି ଏକ ଗର୍ବ କରିବାର ଦିନ। ଯେଉଁମାନଙ୍କର ଅଦମ୍ୟ ସାଧନା, ପ୍ରଚେଷ୍ଟା ଲାଗି ଓଡ଼ିଶା ଭାଷାଭିତ୍ତିରେ ସ୍ୱତନ୍ତ୍ର ପରିଚୟ ପାଇପାରିଛି ସେମାନଙ୍କୁ ଆଜି ସମସ୍ତେ ମନେପକାଉଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ରାଜ୍ୟବାସୀଙ୍କୁ #ଓଡ଼ିଶାଦିବସ ର ଆନ୍ତରିକ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କ ପ୍ରତି ମୋର ସମ୍ମାନ ଜଣାଉଛି। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସ୍ୱତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ଆସନ୍ତୁ ସଂକଳ୍ପବଦ୍ଧ ହେବା pic.twitter.com/SUmog0leo7
ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ— Naveen Patnaik (@Naveen_Odisha) April 1, 2021
ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି
ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ସେ ସମ୍ମାନ ଜଣାଇଛନ୍ତି। ମହାପୁରୁଷମାନେ ଭାଷା, ସାହିତ୍ୟ, ସଂସ୍କୃତିର ଗୌରବ ବୃଦ୍ଧି କରିଛନ୍ତି । ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସ୍ବତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
୨୦୩୬ରେ ଆମେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ୧୦୦ବର୍ଷ ପାଳନ କରିବା। ସେତେବେଳେ ଓଡ଼ିଶାକୁ ସବୁ କ୍ଷେତ୍ରରେ ସାରା ଦେଶ ତଥା ବିଦେଶର ଏକ ବିକଶିତ ଓ ଆଦର୍ଶ ରାଜ୍ୟ ଭାବେ ଗଠନ କରିବା ଆମ ଲକ୍ଷ୍ୟ ହେବା ଉଚିତ। ଏଥିପାଇଁ ଆସନ୍ତୁ ଆମେ ସମସ୍ତେ ସଂକଳ୍ପବଦ୍ଧ ଭାବେ ଏକ ହୋଇ ଆଗକୁ ବଢ଼ିବା। #ଓଡ଼ିଶାଦିବସ #ବନ୍ଦେଉତ୍କଳଜନନୀ
— Naveen Patnaik (@Naveen_Odisha) April 1, 2021






