ବାତ୍ୟାକୁ ନେଇ ଆସିଲା ବଡ଼ ଖବର : ୮ରେ ବାତ୍ୟା, ୧୦ରେ ଆନ୍ଧ୍ର-ଓଡ଼ିଶା ଉପକୂଳ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ

The Sakala Picture
Published On

ଭୁବନେଶ୍ବର : ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ରୂପ ନେବା ଆଶଙ୍କା ରହିଛି । ଏହି ଅବପାତ ରବିବାର ବାତ୍ୟାର ରୂପ ନେଇ କ୍ରମଶଃ ଉତ୍ତର ପଶ୍ଚିମ ଦିଗକୁ ଗତି କରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତରଆନ୍ଧ୍ର ଓ ଓଡ଼ିଶା ଉପକୂଳ ୧୦ […]

ଭୁବନେଶ୍ବର : ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ରୂପ ନେବା ଆଶଙ୍କା ରହିଛି । ଏହି ଅବପାତ ରବିବାର ବାତ୍ୟାର ରୂପ ନେଇ କ୍ରମଶଃ ଉତ୍ତର ପଶ୍ଚିମ ଦିଗକୁ ଗତି କରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତରଆନ୍ଧ୍ର ଓ ଓଡ଼ିଶା ଉପକୂଳ ୧୦ ତାରିଖରେ ଛୁଇଁବ । ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ଆଖପାଖ ଜଳରାଶି ଉପରେ ସଂଘଠିତ ଘୂର୍ଣ୍ଣିବଳୟ ଆଗାମୀ ୪୮ ଘଣ୍ଟା ମଧ୍ୟରେ ତୀବ୍ର ଅବପାତରେ ପରିଣତ ହୋଇ ବାତ୍ୟାର ରୂପ ନେବ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜିବୀଙ୍କୁ ସମୁଦ୍ର ଭିତରକୁ ନଯିବ ପାଇଁ ପରାମର୍ଶ ଦିଆଯାଇଛି । ସମୁଦ୍ର ଉପରି ଭାଗ ୨୬ ଦଶମିକ ୫ ଡିଗ୍ରୀ ସେଲସିୟସ ଉତତ୍ପି ହେଲେ ବାତ୍ୟା ଅନୁକୂଳ ହୋଇଥାଏ । ଏଥର ମଧ୍ୟ ବାତ୍ୟା ପାଇଁ ସ୍ଥିତି ଅନୁକୂଳ ଅଛି। ଏଣୁ ବାତ୍ୟା ଆସିବା ଏକ ପ୍ରକାର ନିଶ୍ଚିତ ହୋଇଛି। ତେବେ ଏହା କେଉଁଠି ଲ୍ୟାଣ୍ଡଫଲ୍‌ କରିବ, ସେତେବେଳେ ପବନର ତୀବ୍ରତା କେତେ ରହିବ ସେ ନେଇ କିଛି ସ୍ପଷ୍ଟ ସୂଚନା ଦିଆଯାଇନି। ତେବେ ବର୍ତ୍ତମାନର ସ୍ଥିତି ଅନୁସାରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳ ମଧ୍ୟରେ ଏହା ଉପକୂଳ ଛୁଇଁପାରେ ବୋଲି ଆକଳନ କରାଯାଇଛି। କିନ୍ତୁ ଏହା ଆହୁରି ଘନୀଭୂତ ହେବ, ଯାହା ପରେ କେଉଁ ଦିଗରେ ଗତି କରିବ ଓ କେଉଁଠାରେ ସ୍ଥଳଭାଗ ଛୁଇଁବ ଆଗକୁ ଅଧିକ ସ୍ପଷ୍ଟ ଭାବେ ଜଣାପଡିବ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ସେପଟେ ବାତ୍ୟା ପାଇଁ ରାଜ୍ୟ ସରକାର ସମ୍ପୁର୍ଣ୍ଣ ପ୍ରସ୍ତୁତ ହୋଇଯାଇଛନ୍ତି। ଯଦି ବାତ୍ୟା ହୁଏ, ତେବେ ରାଜ୍ୟର ୧୮ ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି । ଏଥିପାଇଁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଏସଆରସି । ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀ, ଓଡ୍ରାଫ୍,ଏନ୍‌ଡିଆରଏଫ୍‌ ଟିମକୁ ସତର୍କ ରଖାଯାଇଛି ।ସେପଟେ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ୍ କରି ପ୍ରତି ଜିଲ୍ଲା ହେଡ୍ କ୍ୱାର୍ଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଶକ୍ତି, ପଞ୍ଚାୟତ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କ ସହ ମଧ୍ୟ ଆଲୋଚନା ହୋଇଛି । ବାତ୍ୟା ଆତଙ୍କରେ ଅନେକ ସାମଗ୍ରୀର କଳାବଜାର ହେବାର ଆଶଙ୍କା ରହିଛି । ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଲାଗି ନିର୍ଦ୍ଦେଶ ଦିଆଯାଇଛି । ବଜାରରେ ଯଥେଷ୍ଟ ସାମଗ୍ରୀ ମହଜୁଦ ରହିଛି । ଅଯଥାରେ ଅଧିକ ସାମଗ୍ରୀ କିଣି ଘରେ ଗଚ୍ଛିତ ନ ରଖିବାକୁ ପରାମର୍ଶ ଦିଆଯାଇଛି । ବିପଦ ଆଶଙ୍କା ଥିବା ଅଞ୍ଚଳରେ ସ୍ଥାୟୀ ଓ ଅସ୍ଥାୟୀ ନିରାପଦ ଆଶ୍ରୟସ୍ଥଳ ଚିହ୍ନଟ କରାଯାଉଛି । ସେପଟେ ବାତ୍ୟା ସ୍ଥିତିକୁ ନେଇ ଆଜି ଜିଲ୍ଲାପାଳମାନେ ଏସଆରସିଙ୍କୁ ରିପୋର୍ଟ ଦେବେ ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର